Posted inଜାତୀୟ

ରାଜ ଠାକରେଙ୍କୁ ଟାର୍ଗେଟ କଲେ ଉଦ୍ଧବ

ମୁମ୍ବାଇ,୧୫ ।୫: ମହାରାଷ୍ଟ୍ର ନବ ନିର୍ମାଣ ସେନାର ମୁଖ୍ୟ ରାଜ ଠାକରେ ଗତ କିଛିଦିନ ହେବ ଉଦ୍ଧବ ଠାକରେ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଲାଉଡ ସ୍ପିକର ବିବାଦକୁ ନେଇ ଉଦ୍ଧବ ଠାକରେ ସରକାରଙ୍କ ମଜାକ ଉଡାଇଥିବା ରାଜ ଠାକରେଙ୍କୁ ଏବେ ପାଲଟା ଜବାବ ଦେଇଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । ହିସାବରେ ଉଦ୍ଧବଙ୍କ ଭାଇ ହେଉଥିବା ରାଜ ଠାକେରେଙ୍କୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଛନ୍ତି, ‘ଶାଲ ଘୋଡାଇ ହୋଇ ଜଣେ ମୁନ୍ନା ଭାଇ ନିଜକୁ ବାଲ ଠାକରେ ବୋଲି ଭାବୁଛନ୍ତି’ ।
ସୂଚନାଯୋଗ୍ୟ, ମୁମ୍ବାଇର ବିକେସି ପଡିଆରେ ଏକ ଜନସଭାକୁ ସମ୍ବୋଧନ କରିବା ସମୟରେ ଉଦ୍ଧବ ଠାକରେ ରାଜ ଠାକରେଙ୍କୁ ଟାର୍ଗେଟ କରିଥିଲେ । ସେ ବଲିଉଡ ଫିଲ୍ମ ‘ଲଗେ ରହୋ ମୁନ୍ନା ଭାଇ’ ଅଭିନେତା ସଞ୍ଜୟ ଦତ୍ତଙ୍କ ଚରିତ୍ରର ଉଦାହରଣ ଦେଇ କହିଥିଲେ ଫିଲ୍ମରେ ଅଭିନେତାଙ୍କୁ ମହାତ୍ମା ଗାନ୍ଧୀଙ୍କ ଛବି ନଜର ଆସୁଥିଲା । ମୁନ୍ନାଭାଇ ଭାବୁଥିଲେ ସେ ମହାତ୍ମା ଗାନ୍ଧୀଙ୍କ ସହ କଥା ହେଉଛନ୍ତି । ହେଲେ ଫିଲ୍ମର ଶେଷରେ ଜଣାପଡିଲା କି ଏହା ‘କେମିମାଲ ଲୋଚା’(ଗଡବଡ) ମାମଲା ଅଟେ । ଆମର ଏଠି ବି କେତେଜଣ ମୁନ୍ନାଭାଇ ଅଛନ୍ତି, ଯେଉଁମାନେ ଘୁରି ବୁଲୁଛନ୍ତି ।
ସୂଚନାଯୋଗ୍ୟ, ରାଜ ଠାକରେଙ୍କ ନାମ ନ ନେଇ ଉଦ୍ଧବ କହିଥିଲେ, ଆମ ନିକଟରେ ବି ଏମିତି ଜଣେ ମୁନ୍ନାଭାଇ ଅଛନ୍ତି ଯେ ନିଜକୁ ବାଲ ଠାକରେ ବୋଲି ଭାବୁଛନ୍ତି । ସୂଚନା ମୁତାବକ ରାଜ ଠାକରେ ହନୁମାନ ଜୟନ୍ତିରେ ‘ମହା ଆରତି’ କରିବା ସମୟରେ ଗେରୁଆ ରଙ୍ଗର ଏକ ଶାଲ ଘୋଡାଇ ହୋଇଥିଲେ । ବାଲ ଠାକରେଙ୍କୁ ସବୁବେଳେ ହିନ୍ଦୁ ହୃଦୟର ସମ୍ରାଟ ବୋଲି କୁହାଯାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri