Posted inଜାତୀୟ

ଶିବସେନା କାହାର: ପୁଣି ଲଟକିଲା ଫଇସଲା…

ନୂଆଦିଲ୍ଲୀ,୧୧।୫ : ମହାରାଷ୍ଟ୍ରର ଉଦ୍ଧବ ଠାକରେ ବନାମ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଶିବସେନା କାହାର ମାମଲାରେ ସୁପ୍ରିମକୋର୍ଟର ସାମ୍ବିଧାନିକ ଖଣ୍ଡପୀଠ ଗୁରୁବାର ପୁଣି ଫଇସଲାକୁ ପୁଣି ଲଟକାଇଛନ୍ତି। ଏହି ମାମଲା ଏକ ବୃହତ ବେଞ୍ଚକୁ ପଠାଯିବ ବୋଲି କୋର୍ଟ କହିଛନ୍ତି। ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ.ଚନ୍ଦ୍ରଚୂଡ କହିଛନ୍ତି, ନବାମ ରେବିଆ ମାମଲାରେ ଉଠାଯାଇଥିବା ପ୍ରଶ୍ନକୁ ଏକ ବଡ଼ ବେଞ୍ଚକୁ ପଠାଯିବା ଉଚିତ। କାରଣ ଏହା ଅଧିକ ସ୍ବଚ୍ଛତା ଆବଶ୍ୟକ କରେ।

ଏହି ସମଗ୍ର ଘଟଣାକୁ ନେଇ ସୁପ୍ରିମକୋର୍ଟ ରାଜ୍ୟପାଳଙ୍କ ଭୂମିକା ଉପରେ ପ୍ରଶ୍ନ ଉଠାଇଛନ୍ତି। ବିଧାନସଭାରେ ଫ୍ଲୋର ଟେଷ୍ଟ ପାଇଁ ରାଜ୍ୟପାଳଙ୍କର କୌଣସି ଯୁକ୍ତିଯୁକ୍ତ କାରଣ ନାହିଁ ବୋଲି କୋର୍ଟ କହିଛନ୍ତି। କୌଣସି ଦଳର ଆଭ୍ୟନ୍ତରୀଣ ବିବାଦର ସମାଧାନ ପାଇଁ ଫ୍ଲୋର ଟେଷ୍ଟ କରାଯାଇପାରିବ ନାହିଁ ।

ସୁପ୍ରିମକୋର୍ଟ କହିଛନ୍ତି, ଅସନ୍ତୁଷ୍ଟ ବିଧାୟକମାନେ ସରକାରଙ୍କ ସମର୍ଥନ ପ୍ରତ୍ୟାହାର କରିବାକୁ ଚାହୁଁଛନ୍ତି ବୋଲି ରାଜ୍ୟପାଳଙ୍କ ସହ କୌଣସି ଯୋଗାଯୋଗ ହୋଇ ନାହିଁ। ଶିବସେନା ବିଧାୟକଙ୍କ ଏକ ପ୍ରସ୍ତାବ ଉପରେ ରାଜ୍ୟପାଳ ନିର୍ଭର କରି କହିଥିଲେ, ଉଦ୍ଧବ ଠାକରେ ଅଧିକାଂଶ ବିଧାୟକଙ୍କ ସମର୍ଥନ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri