Posted inଜାତୀୟ

ଶିବସେନାକୁ ପୁଣି ଝଟ୍‌କା: ବିଧାୟକଙ୍କ ପରେ ଏମ୍‌ପି କରିପାରନ୍ତି ବିଦ୍ରୋହ

ମୁମ୍ବାଇ,୨।୭: ମହାରାଷ୍ଟ୍ରରେ ଶିବସେନା ନେତା ଏକନାଥ ସିନ୍ଧେଙ୍କ ବିଦ୍ରୋହ ପରେ ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ମହାବିକାଶ ଅଘାଡ଼ି ସରକାର ଭାଙ୍ଗିପଡ଼ିଛି। ଭାଜପା ସମର୍ଥନରେ ଏକନାଥ ସିନ୍ଧେ ମହାରାଷ୍ଟ୍ରର ୨୦ତମ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ତେବେ ବିଧାୟକଙ୍କ ପରେ ଏବେ କେତେକ ଏମ୍‌ପି ମଧ୍ୟ ଉଦ୍ଧବ ଗୋଷ୍ଠିଙ୍କ ବିରୋଧରେ ବିଦ୍ରୋହ କରିପାରନ୍ତି ବୋଲି ଭାଜପାର ଜଣେ ବରିଷ୍ଠ ନେତା ଦାବି କରିଛନ୍ତି। ସେ କହିଛନ୍ତି, ଏଥିପାଇଁ ରାଷ୍ଟ୍ରପତି ନିର୍ବାଚନର ମତଦାନ ପାଇଁ ଅପେକ୍ଷା କରାଯାଇଛି। ସୂତ୍ର ଅନୁଯାୟୀ ଅତି କମ୍‌ରେ ୧୪ଜଣ ଏମ୍‌ପି ଶିବସେନା ବିରୋଧରେ ବିଦ୍ରୋହ କରିପାରନ୍ତି ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଶିବସେନା ଏମ୍‌ପି ତଥା ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କ ପୁଅ ଶ୍ରୀକାନ୍ତ ସିନ୍ଧେଙ୍କ ସମେତ ଅନ୍ୟ କେତେକ ଏମ୍‌ପି ଶିବସେନାରେ ବିଦ୍ରୋହ କରିପାରନ୍ତି। ଶ୍ରୀକାନ୍ତ ସିନ୍ଧେ ନିଜ ପିତାଙ୍କ ଦଳ ସହିତ ଶିବସେନାଠାରୁ ଅଲଗା ହୋଇସାରିଛନ୍ତି। ରାଷ୍ଟ୍ରପତି ନିର୍ବାଚନ ଦିନ ଶିବସେନା ଠାରୁ ଭିନ୍ନ ହୋଇ ୧୪ଜଣ ଏମ୍‌ପି ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଇପାରନ୍ତି ବୋଲି ଭାଜପାର ଜଣେ ବରିଷ୍ଠ ନେତା କହିଛନ୍ତି। ଏଥିସହ ଏହି ଏମ୍‌ପିମାନେ ଶିବସେନାଠାରୁ ଅଲଗା ହେବା ନେଇ ଘୋଷଣା ମଧ୍ୟ କରିପାରନ୍ତି। ବର୍ତ୍ତମାନ ଶିବସେନାର ଲୋକ ସଭାରେ ୧୯ଜଣ ଏବଂ ରାଜ୍ୟ ସଭାରେ ୩ଜଣ ସଦସ୍ୟ ଅଛନ୍ତି। କୁହାଯାଉଛି, ଶିବସେନା ବିଧାୟକଙ୍କ ବିଦ୍ରୋହ ପରେ ବିଭାଜନର ପ୍ରଭାବ ଲୋକ ସଭାରେ ମଧ୍ୟ ଦେଖାଯିବ। ଲୋକ ସଭାରେ ପ୍ରାୟ ୧୪ଜଣ ଏମ୍‌ପି ଶିବସେନା ବିରୋଧରେ ବିଦ୍ରୋହ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଚାଞ୍ଚଲ୍ୟକର ଖୁଲାସା, ଏହି ଖେଳାଳି ଛଡାଇ ନେବେ ଋତୁରାଜଙ୍କ ପଦ!

ନୂଆଦିଲ୍ଲୀ: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ନିଜ କୋଚିଂ ସେଟଅପ୍‌ରେ ବଡ଼ ପରିବର୍ତ୍ତନ କରିଛି । ଦୀର୍ଘ ସମୟ ଧରି ଦଳର ହେଡ୍…

୫ ରାଜ୍ୟର ନିର୍ବାଚନରେ ପାଣି ଭଳି ଟଙ୍କା ଖର୍ଚ୍ଚ କରିଛି ଭାଜପା, ମୂଲ୍ୟ ଶୁଣିଲେ ହୋଇଯିବେ କାବା! ଏହି ରାଜ୍ୟରେ ସବୁଠୁ ଅଧିକ

ନୂଆଦିଲ୍ଲୀ,୨୪।୯: ଆସାମ, ତାମିଲନାଡୁ, ପୁଡୁଚେରୀ, କେରଳ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଖର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି ଯେ, ଦଳର କେନ୍ଦ୍ରୀୟ କାର୍ଯ୍ୟାଳୟ ଏହି ୫ଟି…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ଲକ୍ଷ୍ନୌ,୨୪।୯: ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?