ଶିବସୁନ୍ଦର ଜାତୀୟ ଦଳର ଚୟନକର୍ତ୍ତା

ଭୁବନେଶ୍ୱର,୮।୧ (ସ୍ପୋଟର୍‌ସ ବ୍ୟୁରୋ): ବିସିସିଆଇ କ୍ରିକେଟ ଉପଦେଷ୍ଟା କମିଟି ପକ୍ଷରୁ ଶନିବାର ୫ ଜଣିଆ ଜାତୀୟ ଚୟନକର୍ତ୍ତା ଦଳ ଘୋଷଣା କରାଯାଇଛି। ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର ତଥା ଓଡ଼ିଶା ଖେଳାଳି ଶିବସୁନ୍ଦର ଦାସଙ୍କୁ ସିନିୟର ଦଳର ଚୟନକର୍ତ୍ତା ଭାବରେ ମନୋନୀତ କରାଯାଇଛି। ଚେତନ ଶର୍ମାଙ୍କ ନେତୃତ୍ୱରେ ଗଠିତ ଚୟନ କମିଟିରେ ଶିବସୁନ୍ଦରଙ୍କୁ କେନ୍ଦ୍ରାଞ୍ଚଳ ଜୋନ୍‌ରୁ ମନୋନୀତ କରାଯାଇଛି। ଶିବସୁନ୍ଦରଙ୍କ ବ୍ୟତୀତ ସଲିଲ ଅଙ୍କୋଲା, ସୁବ୍ରତୋ ବାନାର୍ଜୀ ଓ ସିଦ୍ଧାର୍ଥ ଶରଥ ଏହି କମିଟିର ସଦସ୍ୟ ରହିଛନ୍ତି। ଶିବସୁନ୍ଦର ବର୍ତ୍ତମାନ ଭାରତୀୟ ମହିଳା ଦଳର ବ୍ୟାଟିଂ କୋଚ୍‌ ଭାବରେ କାର୍ଯ୍ୟ କରୁଛନ୍ତି। ୨୦୦୨ରେ ଅନ୍ତର୍ଜାତୀୟ ପଦାର୍ପଣ କରିଥିବା ଶିବସୁନ୍ଦର ଭାରତ ପାଇଁ ୨୩ ଟେଷ୍ଟ ଓ ୪ଟି ଦିନିକିଆ ଖେଳିଛନ୍ତି। ଚେତନ ଶର୍ମା କ୍ରମାଗତ ଦ୍ୱିତୀୟ ଥର ପାଇଁ ଏହି କମିଟିର ମୁଖ୍ୟ ରହିଥିବା ବେଳେ ଅନ୍ୟ ସମସ୍ତେ ପ୍ରଥମ ଥର ସାମିଲ ହୋଇଛନ୍ତି। ଓଡ଼ିଶା ପକ୍ଷରୁ କ୍ୟାରିୟରର ସର୍ବାଧିକ ସମୟ ଖେଳିଥିଲେ ମଧ୍ୟ ଅନ୍ତିମ ସିଜନରେ ବିଦର୍ଭ ପକ୍ଷରୁ ଖେଳିଥିବାରୁ ଶିବସୁନ୍ଦରଙ୍କୁ ପୂର୍ବାଞ୍ଚଳ ପରିବର୍ତ୍ତେ କେନ୍ଦ୍ରାଞ୍ଚଳର ପ୍ରତିନିଧିତ୍ୱ କରିବାର ସୁଯୋଗ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri