ଶ୍ରୀମନ୍ଦିରକୁ ୨୧ କିଲୋ ରୁପା ଦାନ କଲେ ଶିବ

ପୁରୀ ଅଫିସ,୪।୧: ଭୁବନେଶ୍ୱର ନିବାସୀ ଶିବପ୍ରସାଦ ପଣ୍ଡା ଓ ତାଙ୍କ ପରିବାର ରବିବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ୨୧ କିଲୋଗ୍ରାମ ରୁପା ଦାନ କରିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାରଙ୍କ ଉପସ୍ଥିତିରେ ଶିବପ୍ରସାଦ ଏହି ଦାନ କରିଛନ୍ତି। ରତ୍ନସିଂହାସନରେ ବିଜେ ଚତୁର୍ଦ୍ଧାବିଗ୍ରହଙ୍କ ସହ ଅଧିଷ୍ଠିତ ଭୂଦେବୀ, ଶ୍ରୀଦେବୀ ଓ ଦକ୍ଷିଣୀ ଘରେ ବିଜେ ମଦନମୋହନଙ୍କ ନୂଆ ପ୍ରଭା ନିର୍ମାଣ ନିମନ୍ତେ ଏହି ରୁପା ଦାନ କରିଥିବା ସେ କହିଛନ୍ତି। ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବା ମୋ ପାଇଁ ସୌଭାଗ୍ୟର କଥା, ମୁଁ ତାଙ୍କ ନିକଟରେ ସବୁବେଳେ ସମର୍ପିତ ବୋଲି ଶିବପ୍ରସାଦ ଭାବବିହ୍ବଳ ହୋଇ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri