ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ

ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ ଭାରୋତ୍ତୋଳକ ଶିବା ରାଓ ଚମତ୍କାର ସଫଳତା ହାସଲ କରିଛନ୍ତି। ୧୨ ଓ ୧୪ ବର୍ଷରୁ କମ ବାଳକ ବାଳିକା ବର୍ଗକୁ ନେଇ ଆୟୋଜିତ ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଶିବା ୪୫ କେଜି ବର୍ଗରେ ଅଂଶଗ୍ରହଣ କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।

ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟର ୯ମ ଶ୍ରେଣୀର ଛାତ୍ର ଶିବାଙ୍କ ଏହି ଉଲ୍ଲେଖନୀୟ ସଫଳତା ପାଇଁ ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ତାଙ୍କର ଏହି ସଫଳତା ପାଇଁ ବିଭିନ୍ନ ମହଲରୁ ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ ଛୁଟୁଛି।
ଶିବା ଭଞ୍ଜନଗର ଇନ୍‌ଡୋର ଷ୍ଟାଡିୟମର କୋଚ ପିଙ୍କି ପାଣିଗ୍ରାହୀଙ୍କ ଠାରୁ ନିୟମିତ ଭାବେ ଭାରୋତ୍ତଳନ ପ୍ରଶିକ୍ଷଣ ଗ୍ରହଣ କରୁଛନ୍ତି। ଅଭ୍ୟାସ ସମୟରେ ତାଙ୍କର ନିଷ୍ଠା, ପରିଶ୍ରମ ଓ ଉତ୍ସାହ ତାଙ୍କୁ ଏହି ସଫଳତା ଆଣିଦେଇଛି। ଶିବାଙ୍କ ମଧ୍ୟରେ ଉତ୍ତମ ପ୍ରତିଭା ରହିଥିବା ବେଳେ ଭବିଷ୍ୟତରେ ସେ ଭାରୋତ୍ତଳନ କ୍ଷେତ୍ରରେ ଆହୁରି ବଡ଼ ସଫଳତା ହାସଲ କରିବେ ବୋଲି କୋଚ ପିଙ୍କି ପାଣିଗ୍ରାହୀ ଆଶାବ୍ୟକ୍ତ କରିଛନ୍ତି।
ଶିବାଙ୍କ ଏହି ସଫଳତା ଭଞ୍ଜନଗର ଅଞ୍ଚଳର ଯୁବ ପ୍ରତିଭାମାନଙ୍କୁ କ୍ରୀଡ଼ା କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରେରଣା ଯୋଗାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?