୩ ଦିନିଆ ରିମାଣ୍ଡରେ ଶିବ; କ୍ରାଇମ୍‌ ସିନ୍‌ ରିକ୍ରିଏସନ୍‌ କରିପାରେ ପୋଲିସ

ମାହାଙ୍ଗା/ସାଲେପୁର,୧୨।୪(ଡି.ଏନ୍‌.ଏ.): ରିମାଣ୍ଡରେ ଯିବେ କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ଘଟିଥିବା ଗଣହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ପ୍ରସାଦ ସାହୁ । ଗୁରୁବାରଠାରୁ ଶିବଙ୍କୁ ରିମାଣ୍ଡରେ ନେଇ ପୋଲିସ ପଚରାଉଚରା କରିବ ବୋଲିଜ ଜଣାପଡ଼ିଛି। ତେବେ ଶିବଙ୍କୁ ୫ ଦିନ ପାଇଁ ରିମାଣ୍ଡରେ ନେବାକୁ ପୋଲିସ ଆବେଦନ କରିଥିଲା। ହେଲେସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ ୩ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି । ଏହି ରିମାଣ୍ଡ ଅବଧି ମଧ୍ୟରେ ପୁଲିସ ତାଙ୍କୁ ଧରି କ୍ରାଇମ ସିନ ରିକ୍ରିଏଶନ କରିପାରେ ।

ସୂଚନାଯୋଗ୍ୟ, ୨ ଭାଇ ଅଲେଖ ସାହୁ ଓ ଶିବ ସାହୁଙ୍କ ମଧ୍ୟରେ ଦୀର୍ଘ ବର୍ଷ ଧରି ପୈତୃକ ଘର ଏବଂ ଜମିବାଡ଼ି ସମ୍ପତ୍ତିକୁ ନେଇ ବିବାଦ ଲାଗି ରହିଥିଲା। ଅତୀତରେ ଘଟଣାର ଆପୋସ ସମାଧାନ କରିବା ପାଇଁ ଚେଷ୍ଟା କରାଯାଇଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା। ଏହି ସମ୍ପତ୍ତି ବିବାଦକୁ ନେଇ ଗତ ସୋମବାର ଶିବଙ୍କର ଭାଇ ଓ ତାଙ୍କ ପରିବାର ସହ ଝଗଡ଼ା ହୋଇଥିଲା। ଏଥିରେ ମାନସିକ ଭାରସାମ୍ୟ ହରାଇ ସେ ଗତ ୧୧ ତାରିଖ ରାତିରେ ଶିବ ନିଜ ବଡ଼ଭାଇ ଅଲେଖ ଚନ୍ଦ୍ର ସାହୁ(୫୦), ଭାଉଜ ରଶ୍ମିରେଖା ପୃଷ୍ଟି(୪୨), ଝିଆରୀ ପାୟଲ(୧୯) ଓ ୨ ପୁତୁରା ସ୍ମୃତି ସ୍ବରୂପ(୧୬) ଏବଂ ସ୍ମୃତି ସାଇ(୧୪)ଙ୍କୁ ହତ୍ୟା କରିଥିଲେ। ହେଲେ ପରଦିନ ଅର୍ଥାତ ୧୨ ତାରିଖ ସକାଳେ ସ୍ବାଭାବିକ ଭାବେ ଗାଁରେ ବୁଲି ଲୋକଙ୍କ ସହ କଥା ହୋଇଥିଲେ। ଏ ସମୟରେ ସେ ୫ ଜଣଙ୍କୁ ମାରଣାସ୍ତ୍ରରେ ଏକା ସମୟରେ ହତ୍ୟା କରିବା ଏବଂ ଏନେଇ ପଡ଼ୋଶୀଙ୍କୁ ଜଣା ନ ପଡ଼ିବା ଘଟଣାକୁ ଅନେକେ ବିଶ୍ୱାସ କରିପାରି ନ ଥିଲେ। ଏପରିକି ସେ ପିନ୍ଧିଥିବା ପୋଷାକରେ ଟୋପାଏ ବି ରକ୍ତଛିଟା ପଡ଼ି ନ ଥିବାରୁ ସନ୍ଦେହ ଉପୁଜିଛି। ଏବେ ଏହିଭଳି ଅନେକ ଦିଗକୁ ନେଇ ଶିବଙ୍କୁ ପୋଲିସ ପଚରାଉଚରା କରିପାରେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri