ଆଖଣ୍ଡଳମଣିରେ ଶିବ ବିବାହ: ସରିଲା ମଙ୍ଗଳକୃତ୍ୟ

ଆରଡ଼ି,୩।୬(ଡି.ଏନ.ଏ.): ରାତି ପାହିଲେ ଦେବ ଦମ୍ପତିଙ୍କ ବାହାଘର। ଦେବଦେବ ମହାଦେବ ସାଜିବେ ବର ଓ ମାତା ପାର୍ବତୀ ସାଜିବେ କନ୍ୟା। ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଶୁକ୍ରବାର ଦେବ ଦମ୍ପତିଙ୍କ ମଙ୍ଗଳକୃତ୍ୟ ଶେଷ ହୋଇଛି।

ଭୋର ୪ ଟାରେ ମନ୍ଦିର ପହଡ଼ ଖୋଲାଯାଇ ସାଢ଼େ ୪ଟାରେ ମଙ୍ଗଳ ଆଳତି ସମ୍ପନ୍ନ ହୋଇଥିଲା। ପରେ ବାବାଙ୍କୁ ବିଧି ପୂର୍ବକ ହଳଦୀ ଲେପନ କରି ସ୍ନାନ କରାଯାଇଥିଲା। ପୂର୍ବାହ୍ନରେ ଦେବ ଦମ୍ପତିଙ୍କ ମଙ୍ଗଳକୃତ୍ୟ ପାଇଁ ଉଭୟ ବରପିତା ଦୁଷ୍ମନ୍ତ ପାଢ଼ୀ ଓ କନ୍ୟା ପିତା ଚନ୍ଦ୍ରମଣି ପାଢ଼ୀଙ୍କ ଘରେ ଭିଡ଼ ଜମିଥିଲା। ବେଦଜ୍ଞ ବ୍ରହ୍ମଶ୍ରୀଙ୍କ ମଙ୍ଗଳାଷ୍ଟକ ପାଠ ପରେ ସେବାୟତ ପରିବାରର ଧର୍ମପ୍ରାଣା ସଧବା ମହିଳାମାନେ ପ୍ରଥମେ ବାବା ଆଖଣ୍ଡଳମଣିଙ୍କ ଚଳନ୍ତି ପ୍ରତିମା ପ୍ରଭୁ ଚନ୍ଦ୍ରଶେଖରଙ୍କୁ ହଳଦୀ ଲେପନ କରି ସୁବାସିତ ଜଳରେ ସ୍ନାନ କରାଇଥିଲେ। ପରେ ମାତା ପାର୍ବତୀଙ୍କୁ ସୁବାସିତ ଜଳରେ ସ୍ନାନ କରାଇ ହଳଦିଆ ବସ୍ତ୍ର ପିନ୍ଧାଇ କନ୍ୟା ବେଶରେ ସଜ୍ଜିତ କରାଇଥିଲେ। ଏହାପରେ ଉଭୟ ପରିବାର ବରଧରା ସମ୍ପର୍କରେ ଆଲୋଚନା କରିଥିଲେ।

ଶନିବାର ପୂର୍ବାହ୍ନ ୧୦ଟାରେ ହନୁମାନଙ୍କୁ ବରଧରା ବେଶରେ ସଜ୍ଜିତ କରି ବରପିତାଙ୍କ ଗୃହକୁ ପଠାଇବେ ବୋଲି କନ୍ୟାପିତା କହିଥିଲେ। ଏହାକୁ ସ୍ବୀକାର ପୂର୍ବକ ବରଘର ପରିବାର ଲୋକେ ସମ୍ମତି ଜଣାଇଥିଲେ। ମଙ୍ଗଳକୃତ୍ୟ ପରେ ସମସ୍ତ ସେବାୟତଙ୍କ ପରିବାର କାନ୍ଥରେ ବିଧି ମୁତାବକ ବାହା ଚିତା ପଡ଼ିଥିଲା। ଶିବବିବାହ ଉତ୍ସବକୁ ସୁରୁଖୁରୁରେ ସମାପନ କରିବାକୁ ପୋଲିସ ପ୍ରଶାସନ ପକ୍ଷରୁ ପ୍ରଚେଷ୍ଟା ଅବ୍ୟାହତ ରହିଛି ବୋଲି ଧୂଷୁରୀ ଥାନା ଅଧିକାରୀ ପ୍ରକାଶ ଚନ୍ଦ୍ର ପୃଷ୍ଟି ଓ ଆରଡ଼ି ଫାଣ୍ଡି ଅଧିକାରୀ ବ୍ରଜ ବୈଦ୍ୟନାଥ ସୋରେନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri