ମହାଶିବରାତ୍ରି ପାଇଁ ଶୈବ ପୀଠ ଚଳଚଞ୍ଚଳ: ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ଚାଲିଛି ପ୍ରସ୍ତୁତି

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ): ଆସନ୍ତା ୧୫ରେ ମହାଶିବରାତ୍ରି। ଏଥିପାଇଁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଥିବା ଶୈବପୀଠ ଗୁଡିକ ଚଳଚଞ୍ଚଳ ହୋଇ ଉଠିଥିବା ଦେଖିବାକୁ ମିଳିଛି l ବିଭିନ୍ନ ଶୈବ ପୀଠ ମଧ୍ୟରୁ ପ୍ରସିଦ୍ଧ ଶୈବପୀଠ ତଥା ବଟେଶ୍ୱର, ବାଲିଲୋକନାଥ, ଅଳେଶର, ସପ୍ନେଶର ଆଦି ପୀଠ ଗୁଡିକ ମହାଶିବରାତ୍ରି ନିମନ୍ତେ ପୀଠ ଗୁଡିକରେ ସାମାଜିକ ଅପେରା ଅନୁଷ୍ଠିତ ହେଉଥିବାବେଳେ ଖଣ୍ଡେଶ୍ୱର, ରାମଲିଙ୍ଗେଶ୍ୱର, ଗୁପ୍ତେଶ୍ୱର, ଭୀମେଶ୍ୱର, ରାମେଶ୍ୱର ନୀଳକଣ୍ଠେଶର, ମକରେଶ୍ୱର, ବାଲୁଙ୍କେଶ୍ୱର, ପୁଡ଼ୁଗେଶ୍ୱର, ଚନ୍ଦ୍ର ମଉଳେସ୍ବର, ରାମେଶ୍ୱର, ମୁକେଶ୍ୱର ଆଦି ଶୈବ ପୀଠ ଗୁଡିକରେ ନାମଯଂଜ୍ଞ, ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଜଣାପଡିଛି l
ସେହିପରି ହୁମା ପଞ୍ଚାୟତ ବୋରିଗାଁ ଗ୍ରାମ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବାବା ଝାଡେଶ୍ୱର ମନ୍ଦିରରେ ରବିବାରଠାରୁ ଆରମ୍ଭ ହୋଇଛି ବିଶ୍ୱ ଶନ୍ତି ମହାଯଂଜ୍ଞ l ଏହା ଆସନ୍ତା ୨୦ ପର୍ଯ୍ୟନ୍ତ ୧୧ ଦିନ ଧରି ଚାଲିବ ବୋଲି ଆୟୋଜକ ପକ୍ଷରୁ କୁହାଯାଇଛି l ଏହାକୁ ଆଠ ଖଣ୍ଡ ଗ୍ରାମ ବାସୀ ବୋରିଗାଁ ସମେତ ବଳଦିଆ ଢିଅ, ଲୁଂଘୁରି, ପଣିବନ୍ଧ, କୁଶପଲ୍ଲୀ, ନୁଆଁ କୁଶପଲି, କାଠଗଡା ଓ ଚୈତନ୍ୟପୁର ଆଦି ଗ୍ରାମବାସୀ ପରିଚାଳନା କରୁଛନ୍ତି l
ସେହିପରି ରାମଗଡ଼ ପଞ୍ଚାୟତ ରଘୁନାଥ ପୁର ଓ ପୋଡ଼ଗଡ଼ ଗ୍ରାମସ୍ଥିତ ପାହାଡ଼ ଉପରେ ବିରାଜ ମାନ ବାବା ସିକେରେସ୍ବର ଶୈବ ପୀଠଠାରେ ସାମାଜିକ ନାଟକ ପରିବେଷଣ ହେବ l ମହାଶିବରାତ୍ରି ପାଳନ କରୁଥିବା ଭକ୍ତ ମାନଙ୍କ ସ୍ବାର୍ଥ ଦୃଷ୍ଟିରୁ ସମସ୍ତ ଶୈବ ପୀଠ ଗୁଡିକରେ ଆଧ୍ୟାତ୍ମିକ ଓ ସଂସ୍କୃତିକ କାର୍ଯ୍ୟକ୍ରମ ତଥା ଭରତ ଲୀଳା, ରାଧା ପ୍ରେମ ଲୀଳା, ପାଲା, ଘୁଡୁକି ଆଦି ପରିବେଷଣ ନିମନ୍ତେ କମିଟି ପକ୍ଷରୁ ପଦକ୍ଷେପ ନିଆଯାଇଥିବା ବାବା ବାଲିଲୋକ ନାଥ ମନ୍ଦିର ପରିଚାଳନା କମିଟି ବି ବନମାଳୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ…

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri