ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ ରବିବାର ରାତିରେ ଉଦଯାପିତ ହୋଇଯାଇଛି । ପରମାତ୍ମା ଶିବଙ୍କ ଦିବ୍ୟ ଅବତରଣ, ଦୈନନ୍ଦିନ ଜୀବନରେ ଆବଶ୍ୟକତା ହେଉଥିବା ମାନବୀୟ ମୂଲ୍ୟବୋଧ ସହ ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ ସଚେତନତା କରାଇବା ନିମନ୍ତେ ବ୍ରହ୍ମକୁମାରୀ ସଂସ୍ଥା ତରଫରୁ ସାରା ବିଶ୍ୱର ବିଭିନ୍ନ ଦେଶର ବିଭିନ୍ନ ସ୍ଥାନରେ ଶିବ ରାତ୍ରି ଉପଲକ୍ଷେ ଶିବ ସନ୍ଦେଶ ଅଭିଯାନ ରଥ ପରିକ୍ରମା କରିଥିଲା।

ଭଞ୍ଜନଗର ଉପସେବା କେନ୍ଦ୍ରରୁ ଆୟୋଜିତ ଉଦଘାଟନୀ ଉତ୍ସବରେ ଘୁମୁସର ଉତ୍ତର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବ ସନ୍ଦେଶ ଅଭିଯାନ ରଥର ଉଦଘାଟନ କରିଥିଲେ । ବିଭିନ୍ନ ଦିବସରେ ରଥ ୬୦ରୁ ଉର୍ଦ୍ଧ ପାଠଶାଳା ପରିକ୍ରମା କରିବା ସହ ଜନ ସଚେତନତା ମୂଳକ ବାର୍ତ୍ତା ଦିଆଯାଇଥିଲା। ଗତ ୧୩ ତାରିଖରେ କଳସ ଯାତ୍ରା, ୧୪ ତାରିଖରେ ମୋଟର ବାଇକ୍ ରାଲି, ୧୫ରେ ଶାନ୍ତି ଶୋଭାଯାତ୍ରା ହୋଇଥିଲା ।

ଦୈନନ୍ଦିନ କାର୍ଯ୍ୟକ୍ରମକୁ କେନ୍ଦ୍ର ସଞ୍ଚାଳିକା ରାଜଯୋଗିନୀ ସନ୍ତୋଷିନୀ ଭଉଣୀ ସଂଯୋଜନା କରିଥିଲେ । ବିଭିନ୍ନ ଦିବସରେ ସହରର ବହୁ ବିଶିଷ୍ଟ ବ୍ୟକ୍ତି ସମେତ ସିଡ଼ିପିଓ ମିଲୀମା କୁମାରୀ ପଣ୍ଡା, ତହସିଲଦାର ଅଭିପସା ପଟ୍ଟନାୟକ, ଶିକ୍ଷକ ନେତା ଜଗବନ୍ଧୁ ଜେନା, ସନ୍ତୋଷ ଜେନା, ରୋଟାରୀ କ୍ଲବ ସଭାପତି ରଞ୍ଜିତ ବାରିକ, ଶୂଳପାଣି ଶତପଥୀ , ରଞ୍ଜିତ ଆରୁଖ ପ୍ରମୁଖ ଅତିଥି ଭାବେ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?