ଶ୍ରଦ୍ଧାଳୁଙ୍କୁ ଶିବଗଙ୍ଗା ମନା

ଆରଡ଼ି,୨୯।୧୧(ଡି.ଏନ.ଏ.)-ଭଦ୍ରକ ଜିଲାର ଅନନ୍ୟ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ବିଜେସ୍ଥଳ ଆରଡ଼ିର ଶିବଗଙ୍ଗା ପୁଷ୍କରିଣୀରେ ଏବର୍ଷ କୋଭିଡ୍‌ କଟକଣା ପାଇଁ ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇପାରିବେ ନାହିଁ। ରାହାସ ପୂର୍ଣ୍ଣିମାରେ ପୀଠକୁ ଭକ୍ତମାନଙ୍କ ଆଗମନରେ ରୋକ ଲଗାଇଛି ଜିଲା ପ୍ରଶାସନ। ଏଥିସହିତ ପୀଠରେ ଥିବା ମନ୍ଦିର ଓ ଶିବଗଙ୍ଗା ପୁଷ୍କରିଣୀ ଅଞ୍ଚଳରେ ୧୪୪ ଧାରା ଜାରି କରିଛନ୍ତି ଉପଜିଲାପାଳ ତଥା ମନ୍ଦିର ମ୍ୟାନେଜିଂ ଟ୍ରଷ୍ଟି ପିତାମ୍ବର ସାମଲ। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। କେବଳ ସେତିକି ନୁହେଁ ସେବାୟତମାନଙ୍କ ପାଇଁ ମଧ୍ୟ କିଛି କଟକଣା ଜାରି ହୋଇଥିବା ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଜାରି ହୋଇଥିବା କଟକଣା ଅନୁଯାୟୀ, ପୂର୍ଣ୍ଣିମା ଦିନ ନୀତିକାନ୍ତି ପାଇଁ ଜଣେ ମାତ୍ର ସେବାୟତ ମନ୍ଦିର ଭିତରକୁ ଯାଇପାରିବେ। ମନ୍ଦିର ପରିସରରେ ୭ ଜଣ ସେବାୟତ ରହି ପୂଜାକାର୍ଯ୍ୟ ସମ୍ପାଦନ କରିବେ। ପୀଠରେ ଡାକବାଜି ଯନ୍ତ୍ର ବାଜି ପାରିବ ନାହିଁ। ସମସ୍ତ ସେବାୟତ ପୂଜାକାର୍ଯ୍ୟ ସମ୍ପାଦନ ବେଳେ ମାସ୍କ ପିନ୍ଧିବେ ଓ ସାମାଜିକ ଦୂରତା ରକ୍ଷା ଉପରେ ଗୁରୁତ୍ୱ ଦେବେ। ଭୋର ୪ ଟାରେ ମଙ୍ଗଳ ଆଳତି, ପରେ ବାବାଙ୍କୁ ପଞ୍ଚାନନ ବେଶରେ ସଜ୍ଜିତ କରାଯିବ। ଅପରାହ୍ନ ୪ଟାରେ ନାଗାର୍ଜୁନ ବେଶରେ ସଜ୍ଜିତ ହେବେ ବାବା। ଉଲ୍ଲେଖନୀୟ ଯେ, ବାବା ଆଖଣ୍ଡଳମଣିଙ୍କ ପୀଠ ଶୈବକ୍ଷେତ୍ର ହେଲେ ବି ଏଠାରେ ବିଷ୍ଣୁ ଓ ଶକ୍ତି ପୂଜାର ପରମ୍ପରା ରହିଛି। ପୂର୍ବବର୍ଷ ଗୁଡ଼ିକରେ ରାହାସ ପୂର୍ଣ୍ଣିମାରେ ଅସମ୍ଭବ ଭିଡ଼ ପରିଲକ୍ଷିତ ହେଉଥିଲା। ଶ୍ରଦ୍ଧାଳୁମାନେ ପୂର୍ଣ୍ଣିମା ପୂର୍ବଦିନ ପୀଠରେ ରାତ୍ରିଯାପନ କରନ୍ତି। ତହିଁ ପରଦିନ ଶିବଗଙ୍ଗା ପୁଷ୍କରିଣୀରେ ସ୍ନାନ କରି ଡଙ୍ଗା ଭସାନ୍ତି। କିନ୍ତୁ ଏଥର କଟକଣା ଯୋଗୁ ପ୍ରଶାସନ ପକ୍ଷରୁ ବାରଣ କରାଯାଇଛି। ଏସବୁରେ ବ୍ୟତିକ୍ରମ ଦେଖାଦେଲେ କୋଭିଡ୍‌ ଆଇନ ଅନୁସାରେ କଠୋର ଦଣ୍ଡରେ ଦଣ୍ଡିତ କରାଯିବ ବୋଲି ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ତେବେ କଟକଣା ଥିଲେ ବି ବାବାଙ୍କ ନୀତିକାନ୍ତି ଠିକ୍‌ ସମୟ ପୂର୍ବରୁ କରାଯିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri