ଶ୍ରଦ୍ଧାଳୁଙ୍କୁ ଶିବଗଙ୍ଗା ମନା

ଆରଡ଼ି,୨୯।୧୧(ଡି.ଏନ.ଏ.)-ଭଦ୍ରକ ଜିଲାର ଅନନ୍ୟ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ବିଜେସ୍ଥଳ ଆରଡ଼ିର ଶିବଗଙ୍ଗା ପୁଷ୍କରିଣୀରେ ଏବର୍ଷ କୋଭିଡ୍‌ କଟକଣା ପାଇଁ ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇପାରିବେ ନାହିଁ। ରାହାସ ପୂର୍ଣ୍ଣିମାରେ ପୀଠକୁ ଭକ୍ତମାନଙ୍କ ଆଗମନରେ ରୋକ ଲଗାଇଛି ଜିଲା ପ୍ରଶାସନ। ଏଥିସହିତ ପୀଠରେ ଥିବା ମନ୍ଦିର ଓ ଶିବଗଙ୍ଗା ପୁଷ୍କରିଣୀ ଅଞ୍ଚଳରେ ୧୪୪ ଧାରା ଜାରି କରିଛନ୍ତି ଉପଜିଲାପାଳ ତଥା ମନ୍ଦିର ମ୍ୟାନେଜିଂ ଟ୍ରଷ୍ଟି ପିତାମ୍ବର ସାମଲ। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। କେବଳ ସେତିକି ନୁହେଁ ସେବାୟତମାନଙ୍କ ପାଇଁ ମଧ୍ୟ କିଛି କଟକଣା ଜାରି ହୋଇଥିବା ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଜାରି ହୋଇଥିବା କଟକଣା ଅନୁଯାୟୀ, ପୂର୍ଣ୍ଣିମା ଦିନ ନୀତିକାନ୍ତି ପାଇଁ ଜଣେ ମାତ୍ର ସେବାୟତ ମନ୍ଦିର ଭିତରକୁ ଯାଇପାରିବେ। ମନ୍ଦିର ପରିସରରେ ୭ ଜଣ ସେବାୟତ ରହି ପୂଜାକାର୍ଯ୍ୟ ସମ୍ପାଦନ କରିବେ। ପୀଠରେ ଡାକବାଜି ଯନ୍ତ୍ର ବାଜି ପାରିବ ନାହିଁ। ସମସ୍ତ ସେବାୟତ ପୂଜାକାର୍ଯ୍ୟ ସମ୍ପାଦନ ବେଳେ ମାସ୍କ ପିନ୍ଧିବେ ଓ ସାମାଜିକ ଦୂରତା ରକ୍ଷା ଉପରେ ଗୁରୁତ୍ୱ ଦେବେ। ଭୋର ୪ ଟାରେ ମଙ୍ଗଳ ଆଳତି, ପରେ ବାବାଙ୍କୁ ପଞ୍ଚାନନ ବେଶରେ ସଜ୍ଜିତ କରାଯିବ। ଅପରାହ୍ନ ୪ଟାରେ ନାଗାର୍ଜୁନ ବେଶରେ ସଜ୍ଜିତ ହେବେ ବାବା। ଉଲ୍ଲେଖନୀୟ ଯେ, ବାବା ଆଖଣ୍ଡଳମଣିଙ୍କ ପୀଠ ଶୈବକ୍ଷେତ୍ର ହେଲେ ବି ଏଠାରେ ବିଷ୍ଣୁ ଓ ଶକ୍ତି ପୂଜାର ପରମ୍ପରା ରହିଛି। ପୂର୍ବବର୍ଷ ଗୁଡ଼ିକରେ ରାହାସ ପୂର୍ଣ୍ଣିମାରେ ଅସମ୍ଭବ ଭିଡ଼ ପରିଲକ୍ଷିତ ହେଉଥିଲା। ଶ୍ରଦ୍ଧାଳୁମାନେ ପୂର୍ଣ୍ଣିମା ପୂର୍ବଦିନ ପୀଠରେ ରାତ୍ରିଯାପନ କରନ୍ତି। ତହିଁ ପରଦିନ ଶିବଗଙ୍ଗା ପୁଷ୍କରିଣୀରେ ସ୍ନାନ କରି ଡଙ୍ଗା ଭସାନ୍ତି। କିନ୍ତୁ ଏଥର କଟକଣା ଯୋଗୁ ପ୍ରଶାସନ ପକ୍ଷରୁ ବାରଣ କରାଯାଇଛି। ଏସବୁରେ ବ୍ୟତିକ୍ରମ ଦେଖାଦେଲେ କୋଭିଡ୍‌ ଆଇନ ଅନୁସାରେ କଠୋର ଦଣ୍ଡରେ ଦଣ୍ଡିତ କରାଯିବ ବୋଲି ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ତେବେ କଟକଣା ଥିଲେ ବି ବାବାଙ୍କ ନୀତିକାନ୍ତି ଠିକ୍‌ ସମୟ ପୂର୍ବରୁ କରାଯିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?