Posted inଜାତୀୟ

ମୋଦିଙ୍କ ଭଳି ବିଧାନସଭା ପାହାଚରେ ମୁଣ୍ଡିଆ ମାରିଲେ ଶିବକୁମାର…

ବେଙ୍ଗାଲୁରୁ,୨୦।୫ : କର୍ନାଟକରେ ଶପଥ ଗ୍ରହଣ ସମାରୋହ ସମାପ୍ତ ହେବା ପରେ ଶନିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଏବଂ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର ବିଧାନସଭାରେ ପହଞ୍ଚିଥିଲେ। ଏହି ସମୟରେ ଡି.କେ ଶିବକୁମାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରି କାର୍ଯ୍ୟ କରିଥିଲେ। ସିଦ୍ଧରମୈୟା ଆଗରେ ଥିବାବେଳେ ଡି.କେ ଶିବକୁମାର ତାଙ୍କ ପଛରେ ଥିଲେ। ଶିବକୁମାର ବିଧାନସଭା ପାହାଚରେ ପହଞ୍ଚିବା ମାତ୍ରେ ସେ କର୍ନାଟକ ବିଧାନସଭା ପାହାଚରେ ମୁଣ୍ଡିଆ ମାରିଥିଲେ। କଂଗ୍ରେସର ବରିଷ୍ଠ ନେତା ସିଦ୍ଧରମୈୟା ଦ୍ୱିତୀୟ ଥର ପାଇଁ କର୍ନାଟକର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହା ବ୍ୟତୀତ ଡି.କେ ଶିବକୁମାରଙ୍କୁ ରାଜ୍ୟର ଛପମୁଖ୍ୟମନ୍ତ୍ରୀ କରାଯାଇଛି। ଏହି ଦୁଇ ଜଣଙ୍କ ବ୍ୟତୀତ ଜ ି ପରମେଶ୍ୱର, ଏମବି ପାଟିଲ, ପ୍ରିୟଙ୍କା ଖାର୍ଜଙ୍କ ସମେତ ୮ଜଣ ନେତା ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।

ଉଲ୍ଲେଖଯୋଗ୍ୟ ନରେନ୍ଦ୍ର ମୋଦି ୨୦୧୪ ମସିହାରେ ପ୍ରଥମ ଥର ପାଇଁ ସଂସଦରେ ମୁଣ୍ଡିଆ ମାରିଥିଲେ। ମୋଦିଙ୍କ ଏହି ଫଟୋ ସୋସିଆଲ ମିଡିଆରେ ବର୍ଷ ବର୍ଷ ଧରି ଆଲୋଚନା କରାଯାଇଥିଲା। ଏହି ଫଟୋ ଭାଇରାଲ ହୋଇଥିଲା। ଏହା ଦେଖିବା ପରେ ଅନେକ ଲୋକ ଭାବପ୍ରବଣ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?