Posted inଜାତୀୟ

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ ଶିବକୁମାର ଲୋକ ଭବନରେ ରାଜ୍ୟପାଳ ଥାଓ୍ବରଚାନ୍ଦ ଗେହଲଟ୍‌ଙ୍କୁ ଭେଟି ନୂଆ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ତାଙ୍କ ସହ ବିଦାୟୀ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ଓ ବରିଷ୍ଠ ନେତାମାନେ ଯାଇଥିଲେ। ଲୋକ ଭବନର ଗ୍ଲାସ୍‌ ହାଉସ୍‌ରେ ୩ ତାରିଖରେ ନୂଆ ସରକାରର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ।

ବିଧାନ ସୌଧରେ ଅନୁଷ୍ଠିତ କଂଗ୍ରେସ ବିଧାୟକ ଦଳ ବୈଠକରେ ବରିଷ୍ଠ ନେତା ସିଦ୍ଦାରାମାୟା ନୂଆ ନେତା ଭାବେ ଶିବକୁମାରଙ୍କ ନାମ ପ୍ରସ୍ତାବ ଦେଇଥିବାବେଳେ ଜି. ପରମେଶ୍ୱର ଏହାକୁ ସମର୍ଥନ କରିଥିଲେ। ଶିବକୁମାରଙ୍କୁ ସର୍ବସମ୍ମତକ୍ରମେ ନେତା ନିର୍ବାଚିତ କରାଯାଇଥିଲା।

ବୈଠକରେ ଏଆଇସିସି ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ଏବଂ ରଣଦୀପ୍‌ ସିଂ ସୂର୍ଯଓ୍ବୋଲା ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ସିଦ୍ଦାରାମାୟାଙ୍କ ସରକାରରେ ଶିବକୁମାର ଉପମୁଖ୍ୟମନ୍ତ୍ରୀ ରହିଥିଲେ। କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକ୍ରମେ ଗୁରୁବାର ସିଦ୍ଦାରାମାୟା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ରାଜ୍ୟପାଳ ଗେହଲଟ୍‌ ତାଙ୍କ ଇସ୍ତଫା ପତ୍ର ଗ୍ରହଣ କରିବା ସହ ମନ୍ତ୍ରିମଣ୍ଡଳ ଭଙ୍ଗ କରିଥିଲେ।

୩ରେ ନେବେ ଶପଥ


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

୧୮ ପ୍ରକାର ଯୁଦ୍ଧ ବିମାନ ଉଡ଼ାଇଥିବା ଏୟାର ମାର୍ଶଲଙ୍କ କାନ୍ଧରେ ଏବେ ରାମ ମନ୍ଦିର ପରିଚାଳନା ଭାର: ଜାଣନ୍ତୁ କିଏ ଏହି…

ଅଯୋଧ୍ୟା,୨।୯: ଶ୍ରୀରାମ ଜନ୍ମଭୂମି ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ କ୍ରମାଗତ ବୃଦ୍ଧି ପାଉଥିବା ଭିଡ଼ର ସୁପରିଚାଳନା ଏବଂ ଉଚ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥାକୁ ସୁଚାରୁରୂପେ ପରିଚାଳିତ କରିବା ପାଇଁ ଶ୍ରୀରାମ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri