ସିଦ୍ଧେଶ୍ୱର ମନ୍ଦିର ନିକଟରୁ ପୁଣି ଶିବଲିଙ୍ଗ ଉଦ୍ଧାର

ଯାଜପୁର ଟାଉନ,୧୮ା୪(ଡି.ଏନ.ଏ.): ଯାଜପୁର ଜିଲା ଅନ୍ତର୍ଗତ ବୈତରଣୀ ନଦୀ ଅବବାହିକାର ସିଦ୍ଧେଶ୍ୱର ଘାଟରୁ ଶନିବାର ପୁଣି ୫ଫୁଟ ଲମ୍ବର ଏକ ମୁଗୁନିପଥର ନିର୍ମିତ ଶିବଲିଙ୍ଗ ଉଦ୍ଧାର କରାଯାଇଛି। ଉଦ୍ଧାର ଶିବଲିଙ୍ଗଙ୍କୁ ସ୍ଥାନୀୟ ଲୋକେ ସିଦ୍ଧେଶ୍ୱର ମନ୍ଦିରରେ ରଖି ପୂଜାର୍ଚ୍ଚନା କରୁଛନ୍ତି। ବାଲି ଉତ୍ତୋଳନ ବେଳେ ମାର୍ଚ୍ଚ ୧୧ରେ ପ୍ରଥମେ ସିଦ୍ଧେଶ୍ୱର ମନ୍ଦିର ନିକଟରୁ ଶିବଲିଙ୍ଗ ସହ ୨ଟି ଅମୁହାଁ ମନ୍ଦିର ଉଦ୍ଧାର ହୋଇଥିଲା। ମାର୍ଚ୍ଚ ୨୩ରେ ଦେବୀଗଡ଼ା ଘାଟରୁ ମୁଗୁନି ପଥରର ବାସୁଆ ବଳଦ, ଲକ୍ଷ୍ମୀ ମୂର୍ତ୍ତି, ଶିବଲିଙ୍ଗ ଓ ଭଗ୍ନ ଦେବୀମୂର୍ତ୍ତି ଉଦ୍ଧାର ହୋଇଥିବା ବେଳେ ଗତ ଶୁକ୍ରବାର ପୁଣି ଦେବୀଗଡ଼ା ଘାଟରୁ ପ୍ରାଚୀନ ନାରାୟଣ ମୂର୍ତ୍ତି ଓ ପ୍ରାଚୀନ କୀର୍ତ୍ତି ଥିବା ପଥରମାନ ଉଦ୍ଧାର କରାଯାଇଥିଲା। ତେବେ ବୈତରଣୀ ନଦୀରୁ ଏତେ ମାତ୍ରାର ପ୍ରାଚୀନ କୀର୍ତ୍ତି ଓ ପ୍ରାଚୀନ ମୂର୍ତ୍ତି ଉଦ୍ଧାର ହେଉଥିବାରୁ ସେଗୁଡ଼ିକର ରକ୍ଷଣାବେକ୍ଷଣା କରିବାକୁ ସ୍ଥାନୀୟ ଲୋକେ ଦାବି କରି ଆସୁଛନ୍ତି। ମାତ୍ର ଆଜି ପର୍ଯ୍ୟନ୍ତ ପ୍ରତ୍ନତତ୍ତ୍ୱ ବିଭାଗ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ସାଧାରଣରେ କ୍ଷୋଭ ପ୍ରକାଶ ପାଇଛି। ଏ ସମ୍ପର୍କରେ ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର କହିଛନ୍ତି, ମୂର୍ତ୍ତି ଉଦ୍ଧାର ସମ୍ପର୍କରେ ପ୍ରତ୍ନତତ୍ତ୍ୱ ଓ ଦେବୋତ୍ତର ବିଭାଗକୁ ଚିଠି ଲେଖାଯାଇଛି। ଖୁବ୍‌ଶୀଘ୍ର ପ୍ରତ୍ନତତ୍ତ୍ୱ ବିଭାଗର ଏକ ଟିମ୍‌ ଆସି ଏହାର ତଦନ୍ତ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ବ୍ଲକ୍‌ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍‌ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ

ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

କୋଇଡାରେ ଭୟଙ୍କର ଜଳପ୍ରଳୟ: କେର୍କେଟା ସାହିରେ ୫୦ରୁ ଉର୍ଦ୍ଧ୍ୱ ପରିବାର ଜଳବନ୍ଦୀ

ଟେନସା,୧୩ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ (Red Warning) ଜାରି କରିଛି ପାଣିପାଗ ବିଭାଗ । ତେବେ…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri