ୟୁକ୍ରେନ୍‌ରୁ କେନ୍ଦୁଝର ଫେରିଲେ ଶିବମ

ଚମ୍ପୁଆ, ୬।୩(ଡି.ଏନ୍‌.ଏ.): ୟୁକ୍ରେନ ଓ ଋଷ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ପରିସ୍ଥିତିରେ ଫଶି ରହିଥିବା ଶିବମ ସାହୁ ଶନିବାର ନିଜ ଜନ୍ମମାଟି ଚମ୍ପୁଆରେ ପହଞ୍ଚିଛନ୍ତି। ଶିବମ ଚମ୍ପୁଆରେ ପହଞ୍ଚିବା ପରେ ସ୍ଥାନୀୟ ବୁଦ୍ଧିଜୀବୀ ଗିରିଜା ଶଙ୍କର ସାହୁ, ସନ୍ତୋଷ କୁମାର ସାହୁ ଓ ସତ୍ୟବ୍ରତ ବେହେରା ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପୁଷ୍ପଗୁଚ୍ଛ ଓ ପୁଷ୍ପମାଲ୍ୟ ଦେଇ ସ୍ବାଗତ କରିଥିଲେ। ସୂଚନା ଅନୁସାରେ ୟୁକ୍ରେନରେ ଡାକ୍ତରୀ ପାଠ ପଢୁଥିବା ଚତୁର୍ଥ ବର୍ଷର ଛାତ୍ର ଶିବମ ସାହୁ ଆକ୍ରମଣ ପରିସ୍ଥିତି ମଧ୍ୟରେ ଭିନିତ୍‌ସିଆରେ ରହିଥିଲେ। ଦିନକୁ ଦିନ ଯୁଦ୍ଧ ପରିସ୍ଥିତି ଭୟାନକ ହେବାରୁ ପିତା ଦିଲ୍ଲୀପ କୁମାର ସାହୁ ଶିବମକୁ ଭାରତ ଫେରାଇ ଆଣିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ। ଯୁଦ୍ଧ ପରିସ୍ଥିତି ଜଟିଳ ହେବାରୁ ଶିବମ ୟୁକ୍ରେନରୁ ରୋମାନିଆରେ ଆସି ଆଶ୍ରୟ ନେଇଥିଲେ। ସେଠାରେ ଇଣ୍ଡିଆନ୍‌ ଆମ୍ବାସୀ ଓ ସ୍ଥାନୀୟ ସରକାରଙ୍କ ପକ୍ଷରୁ ସମସ୍ତ ସହାୟତା ପ୍ରଦାନ କରାଯାଇଥିଲା। ପରେ କେନ୍ଦ୍ର ସରକାରଙ୍କ ସହାୟତାରେ ଫ୍ଲାଇଟ୍‌ ଯୋଗେ ଦିଲ୍ଲୀ ପହଞ୍ଚିଥିଲେ। ସେଠାରୁ ସେ ଓଡିଶା ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲେ। ଓଡିଶା ସରକାରଙ୍କ ପକ୍ଷରୁ ମଧ୍ୟ ତାଙ୍କୁ ସହଯୋଗ କରାଯାଇଥିଲା। ଶିବମ ସେଠାକାର ଭୟଙ୍କର ଅନୁଭୂତି ସମ୍ବନ୍ଧରେ ସୂଚନା ଦେବା ସହିତ ଭାରତୀୟମାନଙ୍କୁ ଉଦ୍ଧାର କ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟର ଭୂମିକାକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri