Posted inଜାତୀୟ

ସାୱରକରଙ୍କ ପୋଷ୍ଟରକୁ ନେଇ ବିବାଦ, ଶିମୋଗାରେ ଲାଗିଲା କର୍ଫ୍ୟୁ, ସ୍କୁଲ କଲେଜ ବନ୍ଦ

ଶିମୋଗା,୧୬ ।୮: କର୍ନାଟକର ଶିମୋଗାରେ ସ୍ୱାଧିନତା ଦିବସରେ ସାୱରକର ଓ ଟିପୁ ସୁଲତାନଙ୍କ ପୋଷ୍ଟର ବିବାଦକୁ ନେଇ ହିଂସା ଉପୁଜିଛି । ଏହି ଘଟଣାରେ ଜଣେ ଯୁବକଙ୍କୁ ଛୁରୀରେ ଆକ୍ରମଣ କରାଯାଇଛି । ଆହତ ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସ୍ଥିତି ଅଣାୟତ ହେବାରୁ ପ୍ରଶାସନ ପକ୍ଷରୁ ସହରରେ ୧୮ ଅଗଷ୍ଟ ପର୍ଯ୍ୟନ୍ତ କର୍ଫ୍ୟୁ ଲାଗୁ କରାଯାଇଛି । ଏହାସହ ସହରର ସମସ୍ତ ସ୍କୁଲ କଲେଜକୁ ବି ବନ୍ଦ କରି ଦିଆଯାଇଛି ।

ଟିପୁ ସୁଲତାନ ସେନାର କେତେଜଣ ସଦସ୍ୟଙ୍କ ଦ୍ୱାରା ସହରର ଅମିଦ ଅମହମ୍ମଦ ସର୍କଲରେ ଖମ୍ବରେ ଲାଗିଥିବା ସାୱରକରଙ୍କ ପୋଷ୍ଟରକୁ ଚିରି ଦେଇଥିବା ଏକ ଭିଡିଓ ସାମ୍ନାକୁ ଆସିଥିଲା । ଏହା ଜଣାପଡିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ପୋଲିସ ସେଠାରୁ ଲୋକଙ୍କୁ ଘଉଡାଇବା ପାଇଁ ଲାଠିଚାର୍ଜ କରିଥିଲା । କୁହାଯାଉଛି କି ହିନ୍ଦୁବାଦୀ ସଙ୍ଗଠନ ସହ ଜଡ଼ିତ କେତେଜଣ ବ୍ୟକ୍ତି ସାୱରକରଙ୍କ ପୋଷ୍ଟର ସେଠାରେ ଲଗାଇଥିଲେ । ଏହାର କିଛି ସମୟ ପରେ ଟିପୁ ସୁଲତାନ ସେନାର ପତାକା ଧରି କେତେଜଣ ମୁସଲମାନ ଯୁବକ ସେଠାରେ ପହଞ୍ଚି ସାୱରକରଙ୍କ ପୋଷ୍ଟରକୁ ଚିରିବାକୁ ଚେଷ୍ଟା କରିଥିଲେ । ହିନ୍ଦୁ ଓ ମୁସଲମାନ ଯୁବକଙ୍କ ମଧ୍ୟରେ ଏହାକୁ ନେଇ କଥା କଟାକଟି ଆରମ୍ଭ ହୋଇ ଯାଇଥିଲା । ପରେ ଏହା ହିଂସାର ରୂପ ନେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭାବପ୍ରବଣ ହୋଇ ପ୍ରଶଂସକଙ୍କୁ ଏମିତି ସରପ୍ରାଇଜ୍‌ ଦେଲେ ରୋନାଲ୍ଡୋ: ଜିତିଲେ ହୃଦୟ

ନୂଆଦିଲ୍ଲୀ,୪।୭: ପର୍ତ୍ତୁଗାଲ ୨୦୨୬ ଫିଫା ବିଶ୍ୱକପରେ ରାଉଣ୍ଡ ଅଫ ୧୬ରେ ପହଞ୍ଚିଛି। ଏଠାରେ ସେମାନେ ସ୍ପେନ ସହିତ ମୁକାବିଲା କରିବାକୁ ଯାଉଛନ୍ତି। କ୍ରିଷ୍ଟିଆନୋ ରୋନାଲ୍ଡୋ ପୂର୍ବରୁ ରାଉଣ୍ଡ…

ଆତଙ୍କବାଦ ଉପରେ ଭାରତର କଡ଼ା ପ୍ରହାର, ଚମକିପଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୪।୭: ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ…

ହୋଇପାରୁନି ସରକାର-ଡାକ୍ତରଙ୍କ ସହ ବୁଝାମଣା: ୪ PHC ସମ୍ପୂର୍ଣ୍ଣ ଠପ୍‌, CHC ଭରସା ମାତ୍ର ଜଣେ ଡାକ୍ତର

ଗଞ୍ଜାମ,୪।୭(ବିଭୁ ପ୍ରସାଦ ପଟ୍ଟନାୟକ): ରାଜ୍ୟରେ ସରକାର ଏବଂ ଆନ୍ଦୋଳନରତ ଡାକ୍ତରମାନଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହେବା ପରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଞ୍ଚଳରେ ସ୍ୱାସ୍ଥ୍ୟ…

ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି

ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ…

ହଠାତ ବିଗିଡ଼ିଗଲା ଉପମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା, ଥାଣେର ହସ୍ପିଟାଲରେ ଭର୍ତ୍ତି

ଥାଣେ,୪।୭: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ହଠାତ ଅସୁସ୍ଥ ହୋଇପଡ଼ିଲେ ଏବଂ ପରେ ତାଙ୍କୁ ଥାଣେର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଅନୁସାରେ, ଅତ୍ୟଧିକ ଚାପ…

ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ…

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ମହଙ୍ଗା ଔଷଧରୁ ମିଳିବ ଆଶ୍ୱସ୍ତି! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪ା୭: କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର (DPCO), ୨୦୧୩ରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି, ଯାହାଦ୍ୱାରା ରୋଗୀମାନଙ୍କୁ ଶସ୍ତାରେ ଔଷଧ ମିଳିବା ସହଜ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri