Posted inଜାତୀୟ

ଭାଜପାର କମ୍ ନୀତୀଶଙ୍କ ଅଧିକ ସହଯୋଗୀ ଥିଲେ ସୁଶିଲ ମୋଦି: ଶିବାନନ୍ଦ

ପାଟନା,୧୭ ।୧୧: ବିହାରରେ ନୀତୀଶ କୁମାରଙ୍କ ନେତୃତ୍ୱରେ ପୁଣିଥରେ ସରକାର ଗଠନ କରାଯାଇଛି । ହେଲେ ଏଥର ସରକାରରେ ସୁଶୀଲ କୁମାର ମୋଦିଙ୍କୁ ନିଆଯାଇ ନାହିଁ । ଏହାକୁ ନେଇ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ନେତା ଶିବାନନ୍ଦ ତିୱାରି ତାଙ୍କର ପ୍ରତିକ୍ରିୟା ରଖିଛନ୍ତି । ଶିବାନନ୍ଦ କହିଛନ୍ତି ସୁଶୀଲଙ୍କ ସହଯୋଗୀ ଭୂମିକା ଭାରତୀୟ ଜନତା ପାର୍ଟି(ଭାଜପା) ପାଇଁ କମ୍ କିନ୍ତୁ ନୀତୀଶଙ୍କ ପାଇଁ ଅଧିକ ହୋଇଯାଇଥିଲା । ଯେଉଁଥିପାଇଁ ଭାଜପା ଆଜି ତାଙ୍କୁ ଆଡେଇ ଦେଇଛି । ଏହାସହ କୌଣସି ଭାଜପା ନେତାଙ୍କୁ ସେ ଆଗକୁ ବଢିବାକୁ ଦେଉ ନ ଥିଲେ ସବୁ ବିଷୟରେ ନିଜେ ଆଗଭର ହୋଇ କହୁଥିଲେ । ତେଣୁ ଏସବୁ କାରଣ ପାଇଁ ଆଜି ଭଜପା ସୁଶିଲଙ୍କୁ ଅଣଦେଖା କରିଛି ବୋଲି କହିଛନ୍ତି ଆର୍‌ଜେଡି ନେତା ଶିବାନନ୍ଦ । ସେ କହିଛନ୍ତି ସୁଶିଲଙ୍କ ସହ ତାଙ୍କର କୌଣସି ଶତ୍ରୁତା ନାହିଁ ସେ ମୋ ଛୋଟ ଭାଇ ଭଳି । ହେଲେ ତାଙ୍କ ବ୍ୟକ୍ତିତ୍ୱର ଗଭିରତା କମ୍ । ଯାହାପାଇଁ ଆଜି ଭାଜପା ତାଙ୍କ ନିକଟରୁ ମୁହଁ ଫେରାଇ ନେଇଛି । କାରଣ ସୁଶିଲ ଏମିତି ଜଣେ ନେତା ଯିଏ ଖବରକାଗଜ ଅବା ଟେଲିଭିଜନରେ ସବୁବେଳେ ଆସିବାକୁ ଅନେଇ ବସିଥାଆନ୍ତି । ସୂଚନାଯୋଗ୍ୟ, ସୁଶିଲଙ୍କୁ ଏଥର ନୀତୀଶଙ୍କ ସରକାରରେ ସ୍ଥାନ ଦିଆ ନ ଯିବାକୁ ନେଇ ଶିବାନନ୍ଦ ଏଭଳି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri