ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡ୍‌ରେ ଭାଗନେବେ ଶିବାନୀ

ଭବାନୀପାଟଣା, ୧୪ା୧୨ (ଉତ୍ତମ କୁମାର ଦାଶ): ଜାନୁଆରୀ ୨୨ରେ ଦିଲ୍ଲୀର କର୍ତ୍ତବ୍ୟ ପଥରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ହେବାକୁ ଥିବା ଜାତୀୟ ପରେଡ୍‌ରେ ଭାଗ ନେବେ ଭବାନୀପାଟଣା ସରକାରୀ ମହିଳା ମହାବିଦ୍ୟାଳୟର ଯୁକ୍ତ ୩ ତୃତୀୟ ବର୍ଷର ଛାତ୍ରୀ ତଥା ଏନ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀ ଶିବାନୀ ବାଗ। ଭବାନୀପାଟଣା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସେ ପ୍ରତିନିଧିତ୍ୱ କରିବେ। ଶିବାନୀ ପ୍ରଥମେ ମହାବିଦ୍ୟାଳୟ ସ୍ତରୀୟ ପରେ ବିଶ୍ୱବିଦ୍ୟାଳୟ ସ୍ତରରେ ଚୟନ ହୋଇ ରାଉରକେଲାଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଚୟନ ଶିବିରରେ ଯୋଗଦେଇଥିଲେ। ସେଠାରେ ଚୟନ ହୋଇ ସେ ଆସାମର ଗୌହାଟିଠାରେ ଅନୁଷ୍ଠିତ ପୂର୍ବାଞ୍ଚଳ ଚୟନ ଶିବିରରେ ଅଂଶଗ୍ରହଣ କରିଥିଲେ। ସେଠାରୁ ସେ ଅନ୍ତିମ ଚୟନ ପାଇଁ ମନୋନୀତ ହୋଇଥିଲେ। ଶିବାନୀଙ୍କୁ ମିଶାଇ ମୋଟ ୮ଜଣ ବିଭିନ୍ନ ବିଶ୍ୱବିଦ୍ୟାଳୟର ଏନ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀ ଆସନ୍ତା ଜାନୁଆରୀ ୧ରୁ ଦିଲ୍ଲୀରେ ଆରମ୍ଭ ହେବାକୁ ଥିବା ଅଭ୍ୟାସ ପ୍ରକ୍ରିୟାରେ ଯୋଗଦେବେ। ଏହି ଶିବିରରେ ମୋଟ ୨୦୦ଜଣ ସର୍ବଭାରତୀୟ ସ୍ତରୀୟ ଏନ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀ ଯୋଗଦେଇ ଅଭ୍ୟାସ କରିବା ସହିତ ଜାନୁଆରୀ ୨୬ରେ କର୍ତ୍ତବ୍ୟ ପଥ ପରେଡ୍‌ରେ ଭାଗନେବେ।

ଏହି ସଫଳତା ପାଇଁ ଭବାନୀପାଟଣା ସରକାରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷ ତ୍ରିଲୋଚନ ଜେନା, ଏନ୍‌ଏସ୍‌ଏସ୍‌ କାର୍ଯ୍ୟକ୍ରମ ଅଧିକାରୀ ନାୟକ, ଏନ୍‌ଏସ୍‌ଏସ୍‌ ବ୍ୟୁରୋ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର କାର୍ଯ୍ୟକ୍ରମ ସଂଯୋଜକ ଚିତ୍ତରଞ୍ଜନ ଖୁଣ୍ଟିଆ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri