ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ ୪ ଡିଗ୍ରୀ ତଳକୁ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଥିବା ବେଳେ ବିଭିନ୍ନ ସ୍ଥାନରେ ତୁଷାରପାତ ହୋଇଥିବା ଜଣାପଡ଼ିଛି । ପାରଦ ଖସିବା ଯୋଗୁ ଥୁଆମୂଳ ରାମପୁର ଅଞ୍ଚଳରେ ତୁଷାରପାତ ହେବା ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ଯାହା ପାଇଁ ନିଆଁ ଉହ୍ମେଇ ଭରସାରେ ଦୁର୍ଗମବାସୀ ଅଛନ୍ତି । ସନ୍ଧ୍ୟା ହେଲେ ଘରେ ପଶିଲେ ଦିନ ୧୦ ଟାରେ ବାହାରକୁ ବାହାରୁଛନ୍ତି ଲୋକେ। ଶୀତ କାକର ଯୋଗୁ ଲୋକେ କାମ ଅନ୍ବେଷଣରେ ମଧ୍ୟ ଯାଇ ପାରୁନାହାନ୍ତି, ଏମିତିକି ସନ୍ଧ୍ୟାରେ ଅଞ୍ଚଳର ସବୁ ଦୋକାନ ବଜାର ବନ୍ଧ ହୋଇଯାଉଛି । ପ୍ରଶାସନ ପକ୍ଷରୁ କୌଣସି ପ୍ରକାର ପଦକ୍ଷେପ ନ ନେବା ଯୋଗୁ ଗରିବ ଲୋକମାନେ ନାକେଦମ ହୋଇପଡ଼ିଛନ୍ତି । ଥୁଆମୂଳ ରାମପୁର ଅଞ୍ଚଳରେ ତୁଷାରପାତ ହେବା ଓ ପ୍ରବଳ ହାଡ଼ଭଙ୍ଗା ଜାଡ଼ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସରକାରୀ ଭାବରେ ଥୁଆମୂଳ ରାମପୁରରେ ତାପମାତ୍ରା ମାପିବା ପାଇଁ କୌଣସି ବ୍ୟବସ୍ଥା ନ ଥିବା ବେଳେ ସରକାରୀ ରିପୋର୍ଟ ମିଳିପାରିନାହିଁ।

ଥୁଆମୂଳ ରାମପୁର ବ୍ଳକର ସିଜି ମାଳି, ତଳଆମପଦର,କୁଟ୍ରୁ ମାଳି, କେଳୁଆ, ସିନ୍ଧିପଦର୍‌, କର୍ଲାପାଟ, ସୂର୍ଯ୍ୟଗଡ଼, ପୋଡ଼ାପଦର, ତଳନାଗୀ, ସିଲେଟ, କେରପାଇ, ଗୁଣପୁର, କାଣିଗୁମା, ମହୁଲପାଟଣା, ଡୁମେରପଦର, ଥୁଆମୂଳ ରାମପୁର, ଥୁଆମୂଳ, ଗୋପାଳପୁର ସମେତ ବହୁ ଅଞ୍ଚଳରେ ଛାତିଥରା ଜାଡ଼ ଯୋଗୁ ଲୋକେ ନାକେଦମ ହୋଇପଡ଼ଛନ୍ତି। ଗତ ୫ ଦିନ ଧରି ପ୍ରବଳ ଥଣ୍ଡା ସତ୍ତ୍ୱେ ବହୁ ଗରିବ ଲୋକ ଭାଗ୍ୟକୁ ଆଦରି ପଡ଼ିିରହିଛନ୍ତି । ଜିଲା ପ୍ରଶାସନ ପକ୍ଷରୁ ଏଭଳି ଶୀତ କାକରରେ ରହୁଥିବା ଲୋକଙ୍କୁ ଚିହ୍ନଟ କରି ପଞ୍ଚାୟତଠାରୁ କୌଣସି ବ୍ୟବସ୍ଥା କରିବା ପାଇଁ ଆଦେଶ ଥିଲେ ସୁଦ୍ଧା ପ୍ରାକ୍‌ ପ୍ରସ୍ତୁତି ଯୋଗୁ ବ୍ଲକ ସ୍ତରରେ ଅତ୍ୟନ୍ତ ଗରିବ ଲୋକ ସୁବିଧା ପାଇବାରୁ ବଞ୍ଚିତ ହେଉଛନ୍ତି। ଜିଲା ପ୍ରଶାସନର ପ୍ରସ୍ତୁତି ନେଇ ଗଣମାଧ୍ୟମକୁ ମୁହଁ ଖୋଲୁ ନ ଥିବାରୁ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ଏଣୁ ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri