ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ ୪ ଡିଗ୍ରୀ ତଳକୁ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଥିବା ବେଳେ ବିଭିନ୍ନ ସ୍ଥାନରେ ତୁଷାରପାତ ହୋଇଥିବା ଜଣାପଡ଼ିଛି । ପାରଦ ଖସିବା ଯୋଗୁ ଥୁଆମୂଳ ରାମପୁର ଅଞ୍ଚଳରେ ତୁଷାରପାତ ହେବା ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ଯାହା ପାଇଁ ନିଆଁ ଉହ୍ମେଇ ଭରସାରେ ଦୁର୍ଗମବାସୀ ଅଛନ୍ତି । ସନ୍ଧ୍ୟା ହେଲେ ଘରେ ପଶିଲେ ଦିନ ୧୦ ଟାରେ ବାହାରକୁ ବାହାରୁଛନ୍ତି ଲୋକେ। ଶୀତ କାକର ଯୋଗୁ ଲୋକେ କାମ ଅନ୍ବେଷଣରେ ମଧ୍ୟ ଯାଇ ପାରୁନାହାନ୍ତି, ଏମିତିକି ସନ୍ଧ୍ୟାରେ ଅଞ୍ଚଳର ସବୁ ଦୋକାନ ବଜାର ବନ୍ଧ ହୋଇଯାଉଛି । ପ୍ରଶାସନ ପକ୍ଷରୁ କୌଣସି ପ୍ରକାର ପଦକ୍ଷେପ ନ ନେବା ଯୋଗୁ ଗରିବ ଲୋକମାନେ ନାକେଦମ ହୋଇପଡ଼ିଛନ୍ତି । ଥୁଆମୂଳ ରାମପୁର ଅଞ୍ଚଳରେ ତୁଷାରପାତ ହେବା ଓ ପ୍ରବଳ ହାଡ଼ଭଙ୍ଗା ଜାଡ଼ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସରକାରୀ ଭାବରେ ଥୁଆମୂଳ ରାମପୁରରେ ତାପମାତ୍ରା ମାପିବା ପାଇଁ କୌଣସି ବ୍ୟବସ୍ଥା ନ ଥିବା ବେଳେ ସରକାରୀ ରିପୋର୍ଟ ମିଳିପାରିନାହିଁ।

ଥୁଆମୂଳ ରାମପୁର ବ୍ଳକର ସିଜି ମାଳି, ତଳଆମପଦର,କୁଟ୍ରୁ ମାଳି, କେଳୁଆ, ସିନ୍ଧିପଦର୍‌, କର୍ଲାପାଟ, ସୂର୍ଯ୍ୟଗଡ଼, ପୋଡ଼ାପଦର, ତଳନାଗୀ, ସିଲେଟ, କେରପାଇ, ଗୁଣପୁର, କାଣିଗୁମା, ମହୁଲପାଟଣା, ଡୁମେରପଦର, ଥୁଆମୂଳ ରାମପୁର, ଥୁଆମୂଳ, ଗୋପାଳପୁର ସମେତ ବହୁ ଅଞ୍ଚଳରେ ଛାତିଥରା ଜାଡ଼ ଯୋଗୁ ଲୋକେ ନାକେଦମ ହୋଇପଡ଼ଛନ୍ତି। ଗତ ୫ ଦିନ ଧରି ପ୍ରବଳ ଥଣ୍ଡା ସତ୍ତ୍ୱେ ବହୁ ଗରିବ ଲୋକ ଭାଗ୍ୟକୁ ଆଦରି ପଡ଼ିିରହିଛନ୍ତି । ଜିଲା ପ୍ରଶାସନ ପକ୍ଷରୁ ଏଭଳି ଶୀତ କାକରରେ ରହୁଥିବା ଲୋକଙ୍କୁ ଚିହ୍ନଟ କରି ପଞ୍ଚାୟତଠାରୁ କୌଣସି ବ୍ୟବସ୍ଥା କରିବା ପାଇଁ ଆଦେଶ ଥିଲେ ସୁଦ୍ଧା ପ୍ରାକ୍‌ ପ୍ରସ୍ତୁତି ଯୋଗୁ ବ୍ଲକ ସ୍ତରରେ ଅତ୍ୟନ୍ତ ଗରିବ ଲୋକ ସୁବିଧା ପାଇବାରୁ ବଞ୍ଚିତ ହେଉଛନ୍ତି। ଜିଲା ପ୍ରଶାସନର ପ୍ରସ୍ତୁତି ନେଇ ଗଣମାଧ୍ୟମକୁ ମୁହଁ ଖୋଲୁ ନ ଥିବାରୁ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ଏଣୁ ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri