Posted inଜାତୀୟ

କଂଗ୍ରେସ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଲାଗି ଖାର୍ଗେଙ୍କ ନାଁ ଉଠାଇଲେ ଶିବକୁମାର

ବେଙ୍ଗାଲୁରୁ, ୧୧।୪: କର୍ନାଟକ ବିଧାନସଭା ନିର୍ବାଚନ ଜିତିବା ପାଇଁ କଂଗ୍ରେସ ଜୋର୍‌ଦାର ଉଦ୍ୟମ ଚଳାଇଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବେ ଏହାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ରାଜ୍ୟର ସର୍ବୋଚ୍ଚ ପଦବୀ ଲାଗି ବରିଷ୍ଠ ନେତା ସିଦ୍ଦରମୈୟା ଏବଂ ପ୍ରଦେଶ କଂଗ୍ରେସ କମିଟି ସଭାପତି ଡି.କେ. ଶିବକୁମାରଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିଛି। ଏହି ଦୌଡ଼କୁ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଆଣିବା ଲାଗି ଶିବକୁମାର ଉଦ୍ୟମ କରିଛନ୍ତି, ଯାହା ଦଳୀୟ ମହଲରେ ବିସ୍ମୟ ସୃଷ୍ଟି କରିଛି। ସିଦ୍ଧରମୈୟାଙ୍କୁ ଚେକ୍‌ ଦେବା ଲାଗି ଶିବକୁମାର ଖାର୍ଗେଙ୍କ ନାଁ ଉଠାଇ ଦଳ ଭିତରେ ଦଳିତ ମୁଖ୍ୟମନ୍ତ୍ରୀ ଏବଂ ସ୍ଥାନୀୟ ବନାମ ପ୍ରବାସୀକୁ ନେଇ ବିତର୍କ ବଢ଼ାଇବାକୁ ଉଦ୍ୟମ କରିଥିବା କୁହାଯାଉଛି। ଯଦି ଖାର୍ଗେ କର୍ନାଟକ ମୁଖ୍ୟମନ୍ତ୍ରୀ ହୁଅନ୍ତି, ତେବେ ତାଙ୍କ ଅଧୀନରେ କାର୍ଯ୍ୟ କରିବାକୁ ପସନ୍ଦ କରିବି ବୋଲି କେପିସିସି ସଭାପତି କହିଥିଲେ। ଅତୀତରେ ଏହି ବର୍ଷୀୟାନ ନେତାଙ୍କ ପ୍ରତି ଅନ୍ୟାୟ ହୋଇଥିବା ଦଳ ଭିତରେ ସ୍ବର ଉଠିଛି। ତେବେ ଦଳର ନିଷ୍ପତ୍ତି ଚୂଡ଼ାନ୍ତ ବୋଲି ଶିବକୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri