Posted inଜାତୀୟ

ବିଧାୟକ ଦଳଙ୍କ ବୈଠକରେ ଶିବପାଳଙ୍କୁ ଦିଆଯାଇନି ନିମନ୍ତ୍ରଣ

ଲକ୍ଷ୍ନୌ,୨୬।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବା ପରେ ସମାଜବାଦୀ ପାର୍ଟି(ଏସ୍‌ପି)ର ନବନିର୍ବାଚିତ ବିଧାୟକଙ୍କ ବୈଠକ ଶନିବାର ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସାମିଲ ହେବା ନେଇ ସକାଳୁ ଦଳରେ ହଇଚଇ ଦେଖାଦେଇଥିଲା। କିନ୍ତୁ ସବୁଠାରୁ ବଡ଼ ଆଶ୍ଚର୍ଯ୍ୟର କଥା ହେଉଛି କି ବିଧାୟକଙ୍କ ଦଳ ବୈଠକରେ ଶିବପାଲ ଯାଦବଙ୍କୁ ଡକାଯାଇନାହିଁ। ତାଙ୍କୁ ଏହି ବୈଠକ ପାଇଁ ନିମନ୍ତ୍ରଣ କରାଯାଇ ନ ଥିବା ଜଣାପଡ଼ିଛି। ସୂଚନା ମୁତାବକ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ କକା ଶିବପାଲ ଯାଦବ ଓ ପୁତୁରା ଅଖିଳେଶ ଯାଦବଙ୍କ ଦଳ ଏକତ୍ରିତ ହୋଇ ଭାଜପା ବିପକ୍ଷରେ ଲଢ଼ିଥିଲେ। କିନ୍ତୁ ନିର୍ବାଚନରେ ଶୋଚନୀୟ ପରାଜୟ ପରେ କକା ପୁତୁରାଙ୍କ ମଧ୍ୟରେ ଥିବା ଫାଟ ଏବେ ସାମ୍ନାକୁ ଆସିଛି। ବିଧାୟକ ଦଳରେ ଶିବପାଲଙ୍କୁ ନିମନ୍ତ୍ରଣ କରା ନ ଯିବା କଥାରୁ ସମସ୍ତ ଚିତ୍ର ସ୍ପଷ୍ଟ ବାରିହୋଇପଡ଼ୁଛି। ଅନ୍ୟପଟେ ଲକ୍ଷ୍ନୌରେ ୨ଦିନ ଧରି ବିଧାୟକ ଦଳ ବୈଠକର ନିମନ୍ତ୍ରଣ ପାଇଁ ଅପେକ୍ଷା କରିଥିଲେ ବୋଲି ଶିବପାଲ ଯାଦବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?