Posted inଜାତୀୟ

ଜାତୀୟ, ରାଜ୍ୟ କାର୍ଯ୍ୟକାରିଣୀ କମିଟି ଭାଙ୍ଗିଲା ପିଏସ୍‌ପି-ଏଲ୍‌

ଲକ୍ଷ୍ନୌ,୧୬।୪: ଶିବପାଲ ଯାଦବଙ୍କ ପ୍ରଗତିଶୀଳ ସମାଜବାଦୀ ପାର୍ଟି-ଲୋହିଆ (ପିଏସ୍‌ପି-ଏଲ୍‌) ଶୁକ୍ରବାର ଏହାର ସମସ୍ତ ରାଜ୍ୟ ଓ ଜାତୀୟ କାର୍ଯ୍ୟକାରୀ କମିଟିକୁ ଭଙ୍ଗ କରିଛି। ଭାଜପାର ସମାନ ନାଗରିକ ସଂହିତା (ୟୁସିସି) ଚିନ୍ତାଧାରାକୁ ଶିବପାଲ ସମର୍ଥନ କରିବା ପରେ ଦଳ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ମୁଲାୟମ ସିଂ ଯାଦବଙ୍କ ଭାଇ ଶିବପାଲଙ୍କୁ ସମାଜବାଦୀ ପାର୍ଟିରେ ଉପଯୁକ୍ତ ଗୁରୁତ୍ୱ ନ ମିଳିବାରୁ ସେ କିଛିଦିନ ହେଲା ଅସନ୍ତୁଷ୍ଟ ଅଛନ୍ତି। ଆଗାମୀ ଦିନରେ ସେ ଭାଜପାକୁ ସମର୍ଥନ କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଗତ ମାସରେ ସେ ଦିଲ୍ଲୀରେ ବରିଷ୍ଠ ଭାଜପା ନେତାମାନଙ୍କୁ ଭେଟିଥିଲେ। ତେବେ ଶିବପାଲ ତାଙ୍କ ଭବିଷ୍ୟତ କାର୍ଯ୍ୟପନ୍ଥା ସମ୍ପର୍କରେ କୌଣସି ସୂଚନା ଦେଇନାହାନ୍ତି। ଦଳ ଅଧ୍ୟକ୍ଷ ଶିବପାଲଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ରାଜ୍ୟ ଓ ଜାତୀୟ ସ୍ତରରେ ଥିବା ଦଳୀୟ କମିଟିଗୁଡ଼ିକୁ ଭାଙ୍ଗି ଦିଆଯାଇଥିବା ପିଏସ୍‌ପି-ଏଲ୍‌ର ରାଷ୍ଟ୍ରୀୟ ସମ୍ପାଦକ ଆଦିତ୍ୟ ଯାଦବ ଜାରି କରିଥିବା ସର୍କୁଲାରରେ କୁହାଯାଇଛି। ଏହା ବ୍ୟତୀତ ଦଳର ସମସ୍ତ ମୁଖପାତ୍ର କମିଟିକୁ ମଧ୍ୟ ଭାଙ୍ଗି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri