Posted inଜାତୀୟ

ଯୋଗୀଙ୍କୁ ଭେଟିବା ପରେ ଶିବପାଲଙ୍କୁ ନେଇ ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୩୧।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ସରିଥିଲେ ମଧ୍ୟ ରାଜନୈତିକ ଚର୍ଚ୍ଚା ଥମିବାର ନାଁ ଧରୁନି। ନିର୍ବାଚନ ପୂର୍ବରୁ ଏସପି ନେତା ଅଖିଳେଶ ଯାଦବ ଏବଂ ତାଙ୍କ ଦାଦା ତଥା ପ୍ରଗତିଶୀଳ ସମାଜବାଦୀ ପାର୍ଟିର ଅଧ୍ୟକ୍ଷ ଶିବପାଲ ଯାଦବ ଏକାଠି ନଜର ଆସିଥିଲେ। ଉଭୟ ଏକାଠି ନିର୍ବାଚନ ଲଢିବେ ବୋଲି ମଧ୍ୟ ଘୋଷଣା କରିଥିଲେ। କିନ୍ତୁ ନିର୍ବାଚନ ପରେ ପୁଣି ପୁତୁରାଙ୍କ ଉପରେ ରାଗିଯାଇଛନ୍ତି ଦାଦା। ସେ ଏବେ ଭାଜପା ଟିକେଟ୍‌ରୁ ରାଜ୍ୟ ସଭା ଯିବେ ବୋଲି ଚର୍ଚ୍ଚା ହେଉଛି। ନିକଟରେ ସେ ଦିଲ୍ଲୀରେ ଭାଜପାର ଶୀର୍ଷ ନେତାଙ୍କୁ ସାକ୍ଷାତ କରିବା ପରେ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି।
ସେପଟେ ଭାଜପାରେ ସାମିଲ ହେବାକୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ମୁହଁ ଖୋଲିଛନ୍ତି ଶିବପାଲ। ସେ କହିଛନ୍ତି, ‘ଏବେ ଉଚିତ ସମୟ ନାହିଁ। ଉଚିତ ସମୟର ଅପେକ୍ଷା କରନ୍ତୁ।’
ସୂଚନା ମୁତାବକ, ଉତ୍ତରପ୍ରଦେଶରେ ଜୁଲାଇ ମାସରେ ୧୧ଟି ରାଜ୍ୟ ସଭା ଆସନ ଖାଲି ପଡିବ। ଏଥିରୁ ଭାଜପା ୭ରୁ ୮ଟି ଆସନ ଜିତିବା ନିଶ୍ଚିତ। ଶିବପାଲ ସିଂହ ଯାଦବ ବର୍ତ୍ତମାନ ଭାଜପା ସହାୟତାରେ ରାଜ୍ୟ ସଭା ଯାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri