Posted inଜାତୀୟ

ରାଷ୍ଟ୍ରପତି ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ସମର୍ଥକ ହେଲେ ଶିବରାଜ, ଆଦିବାସୀ ପୋଷାକ ପିନ୍ଧି କଲେ ଡ୍ୟାନ୍ସ

ନୂଆଦିଲ୍ଲୀ,୨୪ ।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ତଥା ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା) ଏନଡିଏର ପ୍ରାର୍ଥି ଘୋଷଣା କରିଛି । ଦ୍ରୌପଦୀ ମୁର୍ମୁୁ ୧୮ ଜୁଲାଇରେ ହୋବକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ବିରୋଧି ଦଳ ପ୍ରାର୍ଥି ଯଶୱନ୍ତ ସିହ୍ନାଙ୍କ ବିରୋଧରେ ଲଢିବେ ।
ତେବେ ଜଣେ ଆଦିବାସି ମହିଳାଙ୍କୁ ରାଷ୍ଟ୍ରପତି ପଦର ଦାବିଦାର କରାଯିବା ପରେ ଭାଜପା ନେତାଙ୍କ ମଧ୍ୟରେ ଖୁସି ପରିଲକ୍ଷିତ ହୋଇଛି । ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇବା ସହ ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଗୁରୁବାର ଆଦିବାସୀ ପୋଷାକ ପିନ୍ଧି ନାଚି ନାଚି ନିଜର ଖୁସି ପ୍ରକାଶ କରିଥିବା ଦେଖାଯାଇଛି । ପ୍ରଥମ ସମର୍ଥକ ଭାବେ ଶିବରାଜ ମୁର୍ମୁୁଙ୍କୁ ଶୁଭେଚ୍ଛା ଜଣାଇଥିବା କୁହାଯାଉଛି ।

ସୂଚନାଯୋଗ୍ୟ, ଦ୍ରୌପଦୀ ମୁର୍ମୁଙ୍କୁ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥି ଘୋଷଣା କରାଯିବା ପରେ ଏକ ଆଭାର କାର୍ଯ୍ୟକ୍ରମର ଆୟୋଜନ ସମୟରେ ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଖୁସିରେ ନାଚୁଥବା ଦେଖାଯାଇଥିଲା । ସେ ପାରମ୍ପରିକ ଆଦିବାସୀ ପୋଷାକ ପିନ୍ଧି ନାଚୁଥିବା ବେଳେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏହାସହ ଶିବରାଜ ଟୁଇଟ କରି ସୂଚନା ଦେଇଛନ୍ତି କି ସେ ଦ୍ରୌପଦି ମୁର୍ମୁଙ୍କ ପ୍ରାର୍ଥିପତ୍ରରେ ପ୍ରଥମ ସମର୍ଥକ ଭାବେ ହସ୍ତାକ୍ଷର କରିଛନ୍ତି । ଟୁଇଟରେ ସେ ଲେଖିଛନ୍ତି, ଏହା ମୋର ସୌଭାଗ୍ୟ ଯେ ଜନଜାତି ସମାଜର ପ୍ରଥମ ଓ ଦେଶର ଦ୍ୱିତୀୟ ମହିଳା ରାଷ୍ଟ୍ରପତି ପଦର ପ୍ରାର୍ଥି ଆଦରଣୀୟା ଦ୍ରୌପଦୀ ମୁର୍ମୁଙ୍କ ପ୍ରାର୍ଥିପତ୍ରରେ ପ୍ରଥମ ସମର୍ଥକଭାବେ ଦସ୍ତଖତ କରିବାର ଅବସର ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ଶ୍ବଶୁର ଘରୁ ମିଳିଥିବା ସମ୍ପତ୍ତି ଉପରେ ନାହିଁ ଜ୍ବାଇଁଙ୍କ ଅଧିକାର, ପ୍ରକୃତ ଉତ୍ତରାଧିକାରୀ କିଏ ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୩୧ା୩: ଶାଶୁଘର ସମ୍ପତ୍ତି ଉପରେ ଜ୍ବାଇଁର କୌଣସି ଅଧିକାର ନାହିଁ । ଏନେଇ ସ୍ପଷ୍ଟ କରିଛନ୍ତି ଆନ୍ଧ୍ର ପ୍ରଦେଶ ହାଇକୋର୍ଟ । ଯଦି ଜଣେ ହିନ୍ଦୁ ମହିଳା…

ବିମାନର ଏମର୍ଜେନ୍ସି ଗେଟ୍‌ ଖୋଲୁଥିଲେ ଯାତ୍ରୀ, ପଚାରିବାରୁ ଏମିତି କହିଲେ, ସମସ୍ତେ ଆଶ୍ଚର୍ଯ୍ୟ

ବାରାଣସୀ, ୩୧ା୩:ବେଙ୍ଗାଲୁରୁରୁ ବାରାଣସୀ ଅଭିମୁଖେ ଶନିବାର ରାତିରେ ଆସୁଥିବା ଇଣ୍ଡିଗୋ ବିମାନ (୬ଇ-୧୮୫) ଭିତରେ ଘଟିଛି ହାଇଡ୍ରାମା। ଜଣେ ୨୬ ବର୍ଷୀୟ ଯାତ୍ରୀଙ୍କ ଉନ୍ମତ୍ତକାଣ୍ଡ ଯୋଗୁ ୧୦୦ରୁ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri