Posted inଜାତୀୟ

ଶିବରାଜ ସରକାର ଗାଦିରୁ ହଟିବ: କମଲ ନାଥ

ଭୋପାଳ,୨୩।୬: ମଧ୍ୟପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ଏବଂ କଂଗ୍ରେସ ନିଜ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ଏହି ଅବସରରେ ରାଜ୍ୟର ପୂର୍ବତନ କଂଗ୍ରେସ ମୁଖ୍ୟମନ୍ତ୍ରୀ ତଥା ପିସିସି ମୁଖ୍ୟ କମଲ ନାଥ ଭାଜପା ସରକାରକୁ ଟାର୍ଗେଟ କରିଛନ୍ତି। ଶାଜାପୁରର ଆକୋଦିଆଠାରେ ଏକ ସଭାରେ କମଲ କହିଛନ୍ତି, ୪ ମାସ ପରେ ରାଜ୍ୟ ବିଧାନସଭା ନିର୍ବାଚନ ହେବ। ଏଥର ଆମଦଳ ପକ୍ଷରୁ କେବଳ ସ୍ଥାନୀୟ ପ୍ରାର୍ଥୀଙ୍କୁ ପ୍ରାଥମିକତା ଦେବ।
ଆଉ ଶିବରାଜ ସିଂ ଚୌହାନଙ୍କ ସରକାରଙ୍କ ପତନ ନିଶ୍ଚିତ। ପୂର୍ବାପେକ୍ଷା ଅଧିକ ଆସନ ପାଇ କଂଗ୍ରେସ ସରକାର ଗଠନ କରିବ। ଆଉ କଂଗ୍ରେସ ଛାଡି ଭାଜପାରେ ଯୋଗ ଦେଇଥିବା ବିଧାୟକମାନେ ଏଥର ଉଚିତ ଶିକ୍ଷା ପାଇବେ। ଗତ ୧ ବର୍ଷରେ ମଧ୍ୟପ୍ରଦେଶ ସରକାର ୩ ଲକ୍ଷ କୋଟି ଋଣ ନେଇଥିଲେ। କିନ୍ତୁ ଯୁବବର୍ଗ, କୃଷକ ଏବଂ ଶିକ୍ଷକମାନଙ୍କୁ ଏହାର ସୁବିଧା ଦେବା ପରିବର୍ତ୍ତେ ଭାଜପା ବଡ ବଡ ଠିକା ଦେଇଥିଲା। ଆଉ ଏଥିରୁ ମୋଟା ଆକାରର କମିଶନ ହାତେଇଥିଲା।
ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ଶିବରାଜ ଏକ ଭୂମି ପୂଜା ଯନ୍ତ୍ରରେ ପରିଣତ ହୋଇ ନଡ଼ିଆକୁ ପକେଟରେ ରଖିଛନ୍ତି। ସବୁଆଡେ ବୁଲିବୁଲି ପ୍ରକଳ୍ପର ଭୂମିପୂଜନ କରୁଛନ୍ତି। ସେ ୧୮ ବର୍ଷ ଧରି ରାଜ୍ୟର ଭଉଣୀ, କୃଷକ, ଶିକ୍ଷକଙ୍କୁ ମନେ ପକାଇ ନ ଥିଲେ। ଏବେ ନିର୍ବାଚନ ଆସୁଥିବାରୁ ସେ ସମସ୍ତଙ୍କୁ ମନେ ରଖିବା ଆରମ୍ଭ କରି ଦେଇଛନ୍ତି ବୋଲି କମଲ ନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri