ଆଜି ଆସୁଛନ୍ତି ଶିବରାଜ: ଆଗକୁ ଆସିବେ ଗଡକରୀ, ରାଜନାଥ

ଭୁବନେଶ୍ୱର,୧୩।୨(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ଭାଜପା ନିଜର ରାଜନୈତିକ ପ୍ରସ୍ତୁତିକୁ ଜୋରଦାର କରିଛି। ଦଳର କେନ୍ଦ୍ରୀୟ ନେତାମାନେ ସରକାର ଗଠନ କରିବାର ଦମ୍ଭୋକ୍ତି ଦେଖାଉଛନ୍ତି। ସେହିକ୍ରମରେ ଆସନ୍ତା ୨୪ ତାରିଖ ମଧ୍ୟରେ ଭାଜପା ପକ୍ଷରୁ ସବୁ ଲୋକ ସଭା ନିର୍ବାଚନମଣ୍ଡଳୀରେ ଦଳୀୟ କାର୍ଯ୍ୟାଳୟ ଉଦ୍‌ଘାଟନ କରାଯିବ ବୋଲି ଜଣାପଡିଛି। ଏହା ପୂର୍ବରୁ ରାଜ୍ୟ ଗସ୍ତକୁ କେତେଜଣ କେନ୍ଦ୍ରୀୟ ନେତା ଆସି ଭାଜପା ଲାଗି ପ୍ରଚାର କରିବା କାର୍ଯ୍ୟକ୍ରମ ମଧ୍ୟ ଏକପ୍ରକାର ସ୍ଥିର ହୋଇସାରିଛି। ଚଳିତ ମାସରେ ୩ ଜଣ କେନ୍ଦ୍ରୀୟ ନେତା ଓଡ଼ିଶା ଗସ୍ତରେ ଆସୁଥିବା ନେଇ ଦଳ ପକ୍ଷରୁ ଏକପ୍ରକାର ସୂଚନା ମିଳିଛି।
ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ମଧ୍ୟାହ୍ନ ୧୨ଟା ସମୟରେ ଭୁବନେଶ୍ୱରରେ ପହଞ୍ଚିବା ପରେ ସିଧାସଳଖ ଜଗତସିଂହପୁର ଗସ୍ତ କରିବେ। ଜଗତସିଂହପୁର ଲୋକ ସଭା ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗଦେବା ପରେ ଶିବରାଜ ମା’ ଶାରଳାଙ୍କ ଦର୍ଶନ କରି ଆଶୀର୍ବାଦ ଗ୍ରହଣ କରିବେ। ଏହାପରେ ସାରେ କଟକସ୍ଥିତ ଶାରଳା ଭବନରେ ଅନୁଷ୍ଠିତ କଟକ ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗଦେବେ। କଟକର ଅଧିଷ୍ଠାତ୍ରୀ ଦେବୀ ମା’ କଟକ ଚଣ୍ଡୀଙ୍କ ଦର୍ଶନ କରିବା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଆସନ୍ତା ୧୫ ତାରିଖରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କ ପୁରୀଠାରେ ଏକ ସାଧାରଣ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ଥିବାବେଳେ ଏନେଇ ବିଧିବଦ୍ଧ ଭାବେ ଦଳ ପକ୍ଷରୁ ସୂଚନା ଦିଆଯାଇ ନାହିଁ। ସେହିପରି ଆସନ୍ତା ୨୨ ତାରିଖରେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂଙ୍କର ମଧ୍ୟ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ତେବେ ସୋମବାର ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାଙ୍ଗଠନିକ ବୈଠକରେ ଏନେଇ ଆଲୋଚନା ହୋଇଥିବା ବେଳେ ସାରେ ପୁଣିଥରେ ବରିଷ୍ଠ ନେତାମାନଙ୍କ ସହ ଏ ବାବଦରେ ଦଳର ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଆଲୋଚନା କରିଛନ୍ତି। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ବିଜୟ ପାଲ ସିଂହ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି, ରାଜ୍ୟ ସାଧାରଣ ସମ୍ପାଦକ ମାନସ ମହାନ୍ତିଙ୍କ ଉପସ୍ଥିତିରେ ପୃଥକ ପୃଥକ ଭାବେ ରାଜ୍ୟ ପଦାଧିକାରୀ, ମୋର୍ଚ୍ଚା ସଭାପତି, ଜିଲା ସଭାପତି ଏବଂ ମିଡିଆ ବିଭାଗ ସହ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଦଳର ସାଙ୍ଗଠନିକ ପୁନର୍ବିନ୍ୟାସ ବିଷୟରେ ଆଲୋଚନା ହେବା ସହ ଅନେକ ସାମ୍ପ୍ରତିକ ରାଜନୈତିକ ପ୍ରସଙ୍ଗରେ ଆଲୋଚନା ହୋଇଛି। ଏହାସହ ଦଳ ପକ୍ଷରୁ ରାଜ୍ୟରେ ସଫଳ ଭାବେ ଚାଲିଥିବା ବୁଥ୍‌ ଚାଲ, ଗାଁ ଚାଲ, ଶକ୍ତିବନ୍ଦନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରାଯାଇଛି। ସଙ୍ଗଠନ ଏବଂ ନିର୍ବାଚନ ପରିପ୍ରେକ୍ଷୀରେ ଓଡ଼ିଶା ଗସ୍ତ ପାଇଁ ଆସୁଥିବା ଅନେକ କେନ୍ଦ୍ରୀୟ ନେତୃବୃନ୍ଦଙ୍କ ଗସ୍ତ କାର୍ଯ୍ୟକ୍ରମ ପ୍ରସଙ୍ଗରେ ମଧ୍ୟ ଆଲୋଚନା କରାଯାଇଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri