Posted inଜାତୀୟ

ଅଫିସରଙ୍କୁ ଶିବରାଜ ମନ୍ତ୍ରୀଙ୍କ ଧମକ, ଓଲଟା ଲଟକାଇ ଦେବି, ଅଡ଼ିଓ କ୍ଲିପ୍‌ ଭାଇରାଲ…

ଭୋପାଳ, ୨୯।୯ : ମଧ୍ୟପ୍ରଦେଶର ପଞ୍ଚାୟତ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରାମଖେଲାୱନ ପଟେଲଙ୍କ ଜଣେ ସରକାରୀ ଅଫିସରଙ୍କୁ ଧମକ ଦେଉଥିବା ଅଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଅଡିଓରେ ମନ୍ତ୍ରୀ ରାମଖେଲାୱନ ଖୋଲାଖୋଲି ଭାବେ ସରକାରୀ କର୍ମଚାରୀଙ୍କୁ ଧମକ ଦେଇଛନ୍ତି ଏବଂ କହିଛନ୍ତି ଯଦି ରାଜି ନ ହୁଅନ୍ତି ତେବେ ଓଲଟା ଲଟକାଇ ଦେବି।

ଏହି ମାମଲାରେ ଅମରପାଟନର ଖାଦ୍ୟ ସୁରକ୍ଷା ଅଧିକାରୀ ନୀରଜ ବିଶ୍ୱକର୍ମା ଅଭିଯୋଗ କରିଛନ୍ତି ଯେ ତାଙ୍କୁ ମାଡ ଦିଆଯାଇଛି। ସଞ୍ଚାଳକ ଏବଂ ତାଙ୍କ ସହଯୋଗୀମାନେ ତାଙ୍କୁଅପହରଣ କରିବାକୁ ଚେଷ୍ଟା କରିଥିଲେ। ଅଭିଯୋଗ କରିବା ପାଇଁ ପୋଲିସ ଷ୍ଟେଶନରେ ପହଞ୍ଚିବା ପରେ ତାଙ୍କୁ ୫ ଘଣ୍ଟା ବସାଇ ରଖାଯାଇଥିଲା ଏବଂ ଏଫଆଇଆର ପଞ୍ଜୀକୃତ ହୋଇ ନଥିଲା। ବିଶ୍ୱକର୍ମା କହିଛନ୍ତି ଯେ ସେ ଦୁଇଜଣ ବ୍ୟବସାୟୀଙ୍କର ଅଭିଯୋଗ ତଥ୍ୟ ସଂଗ୍ରହ କରିଥିଲେ। ଏହା ପରେ ତାଙ୍କୁ ଲାଞ୍ଚ ଯଚା ଯାଇଥିଲା। ସେ ଲାଞ୍ଚ ଗ୍ରହଣ କରିବାକୁ ମନା କରିବା ପରେ ମନ୍ତ୍ରୀଙ୍କ ନିକଟକୁ ଏକ କଲ ଆସିଥିବା ଅଭିଯୋଗ ହୋଇଛି।

ଏନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ସରକାର ଅଡୁଆରେ ପଡିଛନ୍ତି। ଏହି ପ୍ରସଙ୍ଗରେ ବିରୋଧୀ ଦଳ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି।

ବିଶ୍ୱକର୍ମାଙ୍କ ଅନୁଯାୟୀ, ସରକାରଙ୍କ ମନ୍ତ୍ରୀମାନେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାରୁ ଅଧିକାରୀମାନଙ୍କୁ ଧମକ ଦେଉଛନ୍ତି। ଏଥି ସହିତ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ବୁଧବାର ଶପୁର ଜିଲାର ଜିଲା ଯୋଗାଣ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି। ଏକ ସପ୍ତାହ ମଧ୍ୟରେ ଅବହେଳା ପ୍ରଦର୍ଶନ କରୁଥିବା ଜିଲା ଯୋଗାଣ ଅଧିକାରୀଙ୍କୁ ନିଲମ୍ବନ କରିବା ମୁଖ୍ୟମନ୍ତ୍ରୀଙ୍କ ଏହା ହେଉଛି ତୃତୀୟ କାର୍ଯ୍ୟାନୁଷ୍ଠାନ।

ସୂଚନାଯୋଗ୍ୟ, ରାମଖେଲାୱନ ପଟେଲ ସତନାର ଅମରପାଟନ ବିଧାନସଭା ଆସନରୁ ଜିତି ମନ୍ତ୍ରୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?