Posted inଜାତୀୟ

ଶିବରାଜଙ୍କ ବଡ଼ ବୟାନ: ମୁଖ୍ୟମନ୍ତ୍ରୀ ପଦ ଲାଗି ମୁଁ ଦାବିଦାର ନା ଥିଲି, ନା ଅଛି…

ଭୋପାଳ,୫।୧୨: ନିକଟରେ ଶେଷ ହୋଇଥିବା ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ବିଜୟ ପତାକା ଉଡ଼ାଇଛି ଭାଜପା। ଏବେ ରାଜ୍ୟର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ ସେ ନେଇ ମାନସମନ୍ଥନ ଚାଲିଛି। ଏଭଳି ସମୟରେ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ବଡ଼ ବୟାନ ଦେଇ ସମସ୍ତଙ୍କୁ ଚମକାଇଛନ୍ତି। ସେ କେବେହେଲେ ମୁଖ୍ୟମନ୍ତ୍ରୀ ପଦ ଲାଗି ଦାବିଦାର ନା ଥିଲେ ନା ଅଛନ୍ତି ବୋଲି କହିଛନ୍ତି। ଏହାଛଡ଼ା ସେ କେବଳ ଭାଜପାର ଜଣେ କର୍ମୀ। ଏଣୁ ଦଳ ତାଙ୍କୁ ଯେଉଁ କାମ ଦେବ ତାହାକୁ ସେ ବେଶ ସଚ୍ଚୋଟତାର ସହ ପୂରଣ କରିବେ ବୋଲି କହିଛନ୍ତି।

ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ୨୩୦ ଆସନରୁ ୧୬୩ରେ ବିଜୟ ଲାଭ କରିଥିଲା। ହେଲେ କଂଗ୍ରେସ ମାତ୍ର ୬୬ ଆସନ ହାତେଇବାରେ ସଫଳ ହୋଇଥିଲା। ସେବେଠାରୁ ପୁଣିଥରେ ଶିବରାଜଙ୍କୁ ଦଳ ସୁଯୋଗ ଦେଇପାରେ ବୋଲି ଚର୍ଚ୍ଚା ହେଉଥିବା ବେଳେ ଏକ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ସେ କହିଛନ୍ତି, ‘ମୋଦି ହେଉଛନ୍ତି ଆମର ନେତା। ତାଙ୍କ ସହ କାମ କରିବା ସୌଭାଗ୍ୟର କଥା। ତାଠାରୁ ବଡ଼ ସୌଭାଗ୍ୟର ବିଷୟ ଯେ ମୁଁ ଜଣେ ଭାଜପା କର୍ମୀ। ମୁଁ ରାଜ୍ୟବାସୀଙ୍କ ପ୍ରତି କୃତଜ୍ଞ। ଯେତିକି ସକ୍ଷମ ସେତିକି କାମ ମୁଁ କରିଛି। ’

କହିରଖୁଛୁ, ଏହି ନିର୍ବାଚନରେ ମୁଖ୍ୟମନ୍ତ୍ରୀ ଶିବରାଜ ଭାଜପା ବିଜୟ ପଛର ନାୟକ ସାଜିଥିଲେ। ତାଙ୍କର ‘ଲାଡଲୀ ବେହେନା’ ଯୋଜନା ହିଁ ବିରୋଧୀଙ୍କୁ ଚ୍ୟାଲେଞ୍ଜ ଦେଇଥିଲା। ଏକ କୃଷକ ପରିବାରରୁ ଆସିଥିବା ଶିବରାଜ ସବୁଠାରୁ ଅଧିକ ବର୍ଷ ଧରି ଅର୍ଥାତ ୧୬ ବର୍ଷ ୯ ମାସ ଯାଏ ରାଜ୍ୟର ମୁଖ୍ୟମନ୍ତ୍ରୀ ପଦରେ ରହି ଇତିହାସ ରଚିଛନ୍ତି। ସେ ୪ ଥର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଏବେ ସେ ପୁଣିଥରେ ରାଜ୍ୟର ନେତୃତ୍ୱ ନେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri