Posted inଜାତୀୟ

କମଲନାଥଙ୍କ ଉପରେ ବର୍ଷିଲେ ଶିବରାଜ କହିଲେ କଂଗ୍ରେସରେ ଭରି ରହିଛି ଅହଂକାର

ଇନ୍ଦୋର,୧୯ ।୧୦: ମଧ୍ୟପ୍ରଦେଶ ଉପନିର୍ବାଚନ ପୂର୍ବରୁ ରାଜ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ବୟାନକୁ ନେଇ ବିବାଦ ମୁଣ୍ଡ ଟେକିଛି । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ସୋମବାର ୨ ଘଣ୍ଟା ପାଇଁ ସାଙ୍କେତିକ ମୌନ ବ୍ରତ ରଖିଛନ୍ତି । ଏହାପରେ ସେ କମଲନାଥଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି ଏହାକୁ ନେଇ ସେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନିକଟକୁ ପତ୍ର ଲେଖିବେ ଓ ସେ ଏହା ଉପରେ କି ପଦକ୍ଷେପ ନେଇଛନ୍ତି ତାହା ପଚାରିବେ । ଶିବରାଜ କହିଛନ୍ତି କଂଗ୍ରେସ ସବୁ ସୀମା ଅତିକ୍ରମ କରି ସାରିଲାଣି । ମଧ୍ୟପ୍ରଦେଶର ଜନତା ସରଳ ସତ ହେଲେ କମଲନାଥ ଯେଉଁ ଶବ୍ଦ ପୟୋଗ କରୁଛନ୍ତି ତାକୁ ସେମାନେ ଠିକ୍ ବୁଝିଛନ୍ତି । କମଲନାଥ କ୍ଷମା ମାଗି ନ ଥିବା ବେଳେ କଂଗ୍ରେସ ତାଙ୍କୁ ବଞ୍ଚାଇବା କାମରେ ଲାଗି ପଡିଛି । ସେ କହିଛନ୍ତି ମୋତେ ଯେକୌଣସି ଶବ୍ଦରେ ଗାଳି ଦିଅନ୍ତୁ ହେଲେ ରାଜ୍ୟର କୌଣସି ଭଉଣୀଙ୍କ ଅପମାନକୁ ସହ୍ୟ କରାଯିବ ନାହିଁ । ସେ ସୋନିଆଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଆପଣ ମଧ୍ୟ ଜଣେ ନାରୀ, କମଲନାଥ ଜଣେ ନାରୀଙ୍କ ଉଦ୍ଦେଶ୍ୟରେ ଯେଉଁଭଳି ବ୍ୟବହାର କରିଛନ୍ତି ତାଙ୍କ ବିରୋଧରେ ଆପଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ । ସୂଚନାଯୋଗ୍ୟ, କମଲନାଥ ଏକ ରାଲିରେ ଭାଜପା ନେତ୍ରୀ ଇମରତି ଦେବୀଙ୍କୁ ଆଇଟମ ବୋଲି କହିଥିଲେ । ଆଉ ଏହାପରେ ବିବାଦ ମୁଣ୍ଡ ଟେକିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri