Posted inଜାତୀୟ

ରାଜ୍ୟବାସୀଙ୍କ ଆଶୀର୍ବାଦ ଯୋଗୁ ମଧ୍ୟପ୍ରଦେଶରେ ସରକାର ଗଢ଼ିବାକୁ ଯାଉଛି ଭାଜପା: ଶିବରାଜ

ଭୋପାଳ,୩।୧୨: ରବିବାର ଦେଶର ୪ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ଆସିବ। ଏହାକୁ ନେଇ ଭୋଟଗଣତି ଜାରି ରହିଛି। ପ୍ରାରମ୍ଭିକ ଗଣନା ଅନୁଯାୟୀ ମଧ୍ୟପ୍ରଦେଶରେ ଭାଜପା ବହୁମତ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଛି। ଦଳ ୧୧୪ରୁ ଅଧିକ ଆସନରେ ଆଗୁଆ ଚାଲିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ଭାଜପା ନିଶ୍ଚିତ ସରକାର ଗଢ଼ିବାକୁ ଯାଉଛି ବୋଲି କହିଛନ୍ତି।

ଟୁଇଟ୍‌ କରି ଶିବରାଜ କହିଛନ୍ତି, ଆଜି ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳ ଆସିବାରେ ଲାଗିଛି। ରାଜ୍ୟବାସୀଙ୍କ ଆଶୀର୍ବାଦ ଏବଂ ଆଦରଣୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱକୁ ନେଇ ଭାଜପା ପୂର୍ଣ୍ଣ ବହୁମତ ସହ ପୁଣି ଥରେ ସରକାର ଗଠନ କରିବାକୁ ଯାଉଛି। ଭାଜପାର ସମସ୍ତ ପ୍ରାର୍ଥୀଙ୍କୁ ହୃଦୟରୁ ଶୁଭକାମନା ବୋଲି ସେ କହିଛନ୍ତି।

କହିରଖୁଛୁ, ରାଜସ୍ଥାନର ୧୯୯ ନିର୍ବାଚନମଣ୍ଡଳୀରେ ଭୋଟଗଣନା ହେଉଥିବା ବେଳେ ମଧ୍ୟପ୍ରଦେଶର ୨୩୦, ଛତିଶଗଡ଼ର ୯୦, ତେଲଙ୍ଗାନା ୧୧୯ ଆସନରେ ଭୋଟଗଣତି ହେଉଛି। ଗତ ୩୦ ତାରିଖରେ ତେଲଙ୍ଗାନା ଭୋଟଗ୍ରହଣ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବୁଥ୍‌ ଫେରନ୍ତା ଜନମତ ସର୍ଭେ ରିପୋର୍ଟ ପ୍ରକାଶ ପାଇଥିଲା। ଛତିଶଗଡ଼, ତେଲଙ୍ଗାନାରେ କଂଗ୍ରେସ ଏବଂ ମଧ୍ୟପ୍ରଦେଶ, ରାଜସ୍ଥାନରେ ଭାରତୀୟ ଜନତା ପାର୍ଟି(ଭାଜପା) ଜିତିପାରେ ବୋଲି ଅଧିକାଂଶ ଗଣମାଧ୍ୟମ ପ୍ରକାଶ କରିଥିଲେ। ସେହିଭଳି ମିଜୋରାମ ଭୋଟଗଣନା ୩ ପରିବର୍ତ୍ତେ ୪ ତାରିଖରେ କରିବା ଲାଗି ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri