Posted inଜାତୀୟ

ରାଜ୍ୟବାସୀଙ୍କ ଆଶୀର୍ବାଦ ଯୋଗୁ ମଧ୍ୟପ୍ରଦେଶରେ ସରକାର ଗଢ଼ିବାକୁ ଯାଉଛି ଭାଜପା: ଶିବରାଜ

ଭୋପାଳ,୩।୧୨: ରବିବାର ଦେଶର ୪ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ଆସିବ। ଏହାକୁ ନେଇ ଭୋଟଗଣତି ଜାରି ରହିଛି। ପ୍ରାରମ୍ଭିକ ଗଣନା ଅନୁଯାୟୀ ମଧ୍ୟପ୍ରଦେଶରେ ଭାଜପା ବହୁମତ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଛି। ଦଳ ୧୧୪ରୁ ଅଧିକ ଆସନରେ ଆଗୁଆ ଚାଲିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ଭାଜପା ନିଶ୍ଚିତ ସରକାର ଗଢ଼ିବାକୁ ଯାଉଛି ବୋଲି କହିଛନ୍ତି।

ଟୁଇଟ୍‌ କରି ଶିବରାଜ କହିଛନ୍ତି, ଆଜି ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳ ଆସିବାରେ ଲାଗିଛି। ରାଜ୍ୟବାସୀଙ୍କ ଆଶୀର୍ବାଦ ଏବଂ ଆଦରଣୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱକୁ ନେଇ ଭାଜପା ପୂର୍ଣ୍ଣ ବହୁମତ ସହ ପୁଣି ଥରେ ସରକାର ଗଠନ କରିବାକୁ ଯାଉଛି। ଭାଜପାର ସମସ୍ତ ପ୍ରାର୍ଥୀଙ୍କୁ ହୃଦୟରୁ ଶୁଭକାମନା ବୋଲି ସେ କହିଛନ୍ତି।

କହିରଖୁଛୁ, ରାଜସ୍ଥାନର ୧୯୯ ନିର୍ବାଚନମଣ୍ଡଳୀରେ ଭୋଟଗଣନା ହେଉଥିବା ବେଳେ ମଧ୍ୟପ୍ରଦେଶର ୨୩୦, ଛତିଶଗଡ଼ର ୯୦, ତେଲଙ୍ଗାନା ୧୧୯ ଆସନରେ ଭୋଟଗଣତି ହେଉଛି। ଗତ ୩୦ ତାରିଖରେ ତେଲଙ୍ଗାନା ଭୋଟଗ୍ରହଣ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବୁଥ୍‌ ଫେରନ୍ତା ଜନମତ ସର୍ଭେ ରିପୋର୍ଟ ପ୍ରକାଶ ପାଇଥିଲା। ଛତିଶଗଡ଼, ତେଲଙ୍ଗାନାରେ କଂଗ୍ରେସ ଏବଂ ମଧ୍ୟପ୍ରଦେଶ, ରାଜସ୍ଥାନରେ ଭାରତୀୟ ଜନତା ପାର୍ଟି(ଭାଜପା) ଜିତିପାରେ ବୋଲି ଅଧିକାଂଶ ଗଣମାଧ୍ୟମ ପ୍ରକାଶ କରିଥିଲେ। ସେହିଭଳି ମିଜୋରାମ ଭୋଟଗଣନା ୩ ପରିବର୍ତ୍ତେ ୪ ତାରିଖରେ କରିବା ଲାଗି ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri