Posted inଜାତୀୟ

ଶିବରାଜଙ୍କୁ ଶପଥ ଗ୍ରହଣ ସ୍ଥଳ ବାହାରେ ରୋକା ଗଲା, ସମର୍ଥକ ଦେଲେ ସ୍ଲୋଗାନ…

ଭୋପାଳ,୧୩।୧୨ : ମଧ୍ୟପ୍ରଦେଶରେ ନୂତନ ମୁଖ୍ୟମନ୍ତ୍ରୀ ଭାବେ ଡ. ମୋହନ ଯାଦବ ମୁକୁଟ ପିନ୍ଧିଛନ୍ତି। ସେ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିଛନ୍ତି। ଏହି ସମୟରେ ଶିବରାଜ ସିଂ ଚୌହାନଙ୍କ ସମର୍ଥକମାନେ ତାଙ୍କ କନଭେନକୁ ଅଟକାଇଥିଲେ। ଏହି ସମୟରେ ମହିଳାମାନେ ‘ମାମା-ମାମା’ର ସ୍ଲୋଗାନ ମଧ୍ୟ ଦେଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସହ ମୋହନ ଯାଦବଙ୍କ ଶପଥ ଗ୍ରହଣ ସମାରୋହରେ ଅନ୍ୟ ବରିଷ୍ଠ ରାଜନୈତିକ ବ୍ୟକ୍ତିବିଶେଷ ମଧ୍ୟ ଉପସ୍ଥିତ ଥିଲେ। ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଶିବରାଜ ମଧ୍ୟ ତାଙ୍କ ଉପସ୍ଥିତି ଜାହିର କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କ ବ୍ୟତୀତ ଜଗଦୀଶ ଦେଓରା ଏବଂ ରାଜେନ୍ଦ୍ର ଶୁକ୍ଲା ଡେପୁଟି ସିଏମ ଭାବରେ ଶପଥ ଗ୍ରହଣ କରିଛନ୍ତି। କୌଣସି ମନ୍ତ୍ରୀମାନେ ଶପଥ ଗ୍ରହଣ କରିନାହାନ୍ତି। ଏହା ପରେ କ୍ୟାବିନେଟର ସମ୍ପ୍ରସାରଣ କରାଯିବ ବୋଲି କୁହାଯାଉଛି।

୍‌ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟପ୍ରଦେଶର ନୂତନ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଲେଖିଛନ୍ତି, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ମୁଁ ତାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ସେ ଜଣେ ତୃଣମୂଳସ୍ତର କର୍ମୀ ଏବଂ ସରକାରରେ କାର୍ଯ୍ୟ କରିବାର ପ୍ରଶାସନିକ ଅଭିଜ୍ଞତା ମଧ୍ୟ ରହିଛି। ମୋର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାର୍ଗଦର୍ଶନରେ ତାଙ୍କ ଦକ୍ଷ ନେତୃତ୍ୱ ମାଧ୍ୟମରେ ସେ ମଧ୍ୟପ୍ରଦେଶକୁ ବିକାଶ ଏବଂ ଉତ୍ତମ ଶାସନର ନୂତନ ଉଚ୍ଚତାକୁ ନେଇଯିବେ। ଆଜି ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ଜଗଦୀଶ ଦେଓରା ଏବଂ ରାଜେନ୍ଦ୍ର ଶୁକ୍ଲାଙ୍କୁ ଅନେକ ଅନେକ ଅଭିନନ୍ଦନ ଓ ଶୁଭେଚ୍ଛା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?