ବର୍ଷକରେ ଝଲସିବ ଏକାମ୍ର କ୍ଷେତ୍ର: ଏକା ସାଙ୍ଗେ ୨ ଲକ୍ଷ ଲୋକ ଦେଖି ପାରିବେ ଶିବରାତ୍ରୀ

ଭୁବନେଶ୍ୱର,୧୭ା୮(ବ୍ୟୁରୋ)-ଭୁବନେଶ୍ୱର ଶ୍ରୀ ଲିଙ୍ଗରାଜ ମନ୍ଦିର ବିଶ୍ୱ ଐତିହ୍ୟ ସ୍ଥଳରେ ପରିଣତ ହେବ। ବଦଳିଯିବ ମନ୍ଦିର ଚାରିପାଖ ରୂପ ରେଖ। ଚତୁଃପାର୍ଶ୍ୱରେ ସୃଷ୍ଟି ହେବ ଆଧ୍ୟାତ୍ମିକ ପରିବେଶ। ଏକା ସାଙ୍ଗରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ଭକ୍ତ ମହାପ୍ରଭୂ ଶ୍ରୀ ଲିଙ୍ଗରାଜଙ୍କ ବେଢାରେ ଏକାଠି ହୋଇ ପାରିବେ। ତୀର୍ଥଯାତ୍ରୀ କିମ୍ବା ପର୍ଯ୍ୟଟକଙ୍କ ପାଇଁ ହେବ ସ୍ବତନ୍ତ୍ର ବ୍ୟବସ୍ଥା। ଆସନ୍ତା ବର୍ଷକ ମଧ୍ୟରେ ଏକାମ୍ର କ୍ଷେତ୍ର ଝଲସିବ। ସମସ୍ତ କାର୍ଯ୍ୟ ବର୍ଷକ ମଧ୍ୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସୋମବାର ମୁଖ୍ୟମନ୍ତ୍ରୀ ଏକାମ୍ର ପ୍ରକଳ୍ପର ସମୀକ୍ଷା କରିଛନ୍ତି । ବୈଠକରେ ଏକାମ୍ର କ୍ଷେତ୍ର ଯୋଜନା ସମ୍ପର୍କରେ ବିସ୍ତୃତ ଉପସ୍ଥାପନା କରାଯାଇଥିଲା। ଲିଙ୍ଗରାଜ ମନ୍ଦିର ସନ୍ନିକଟ ୬୭ ଏକର ପରିମିତ ଜମି ଉପରେ ଏହି ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି। ଲିଙ୍ଗରାଜ ମନ୍ଦିର ଚତୁପାର୍ଶ୍ୱରେ ଭବ୍ୟ ବିକାଶ କରାଯାଇ ଏକ ଆଧ୍ୟାତ୍ମିକ, ଶାନ୍ତି ତଥା ଭକ୍ତିମୟ ପରିବେଶ ସୃଷ୍ଟି କରାଯିବ। ପୂର୍ବରୁ ୧୦ରୁ ୧୫ ହଜାର ଲୋକ ମନ୍ଦିର ସମ୍ମୁଖରେ ସମବେତ ହେବାରେ ଅସୁବିଧା ହେଉଥିଲା। ଏହି ନୂଆ ଯୋଜନାରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ସମବେତ ହୋଇ ମହାପ୍ରଭୁଙ୍କର ଶିବରାତ୍ରୀ ଉତ୍ସବରେ ସାମିଲ ହୋଇ ପାରିବେ ବୋଲି ବୈଠକରେ ସ୍ଥିର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍‌ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି…

ENG vs IND: ଇଂଲଣ୍ଡ ODI ଏବଂ ଜିମ୍ବାୱେ T20 ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ; BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୭: ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଏବଂ ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ କରାଯାଇଛି। ରବିବାର, ପୁରୁଷ…

ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ, କହିଲେ କୌଣସି ସ୍ଥାନରେ କିଛି…

ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ କଲେଜ ନିକଟରେ ରବିବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ୩୩/୧୧ କେ.ଭି କ୍ଷମତା ସମ୍ପନ୍ନ ନୂତନ ଗ୍ରୀଡ୍‌…

‘ମୁଁ ଆତ୍ମହତ୍ୟା କରିଦେବି….’ନିର୍ବାଚନ କମିଶନରଙ୍କୁ ଘରକୁ ଡକାଇ ଏଭଳି କହିଥିଲେ ମନମୋହନ ସିଂ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୨।୭: ୨୦୦୪ ରୁ ୨୦୧୪ ପର୍ଯ୍ୟନ୍ତ ଦଶ ବର୍ଷ ଧରି ଭାରତର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିବା ମନମୋହନ ସିଂଙ୍କ ସମ୍ପର୍କରେ ଏକ ଆକର୍ଷଣୀୟ କାହାଣୀ ସାମ୍ନାକୁ ଆସିଛି।…

ମୋବାଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର…

ସଚିନ ତେନ୍ଦୁଲକରଙ୍କ ପରେ ଏବେ ବିରାଟଙ୍କ ପାଳି; ଇତିହାସ ରଚିବା ଲକ୍ଷ୍ୟରେ ବିରାଟ

ନୂଆଦିଲ୍ଲୀ,୧୨।୭: ଟି-୨୦ ସିରିଜରେ କ୍ଲିନ ସୁଇପ ପରେ, ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଖେଳିବାକୁ ଯାଉଛି। ଏହି ସିରିଜ ୧୪…

Watch: ଦଳରୁ ବାଦ ପଡିବା ପରେ ଭୋ ଭୋ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ, ସମ୍ଭାଳିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୨।୭: ସାଉଥାମ୍ପଟନରେ ଅନୁଷ୍ଠିତ ତୃତୀୟ ଟି-୨୦ ମ୍ୟାଚ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରେ ସ୍ଥାନ ମିଳିନଥିଲା; ବରଂ ସଞ୍ଜୁ ସାମସନ ଦଳକୁ ଫେରିଥିଲେ। ତଥାପି, ଫଳାଫଳ…

ଆସନ୍ତା ବର୍ଷ ଚାଲିବ ଭାରତର ପ୍ରଥମ ବୁଲେଟ ଟ୍ରେନ; ଘୋଷଣା ହେଲା ନୂଆ ରୁଟ

ନୂଆଦିଲ୍ଲୀ,୧୨।୭: ଭାରତରେ ଖୁବଶୀଘ୍ର ବୁଲେଟ ଟ୍ରେନ ଟ୍ରାକରେ ଦୌଡିବ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ଘୋଷଣା କରିଛନ୍ତି ଯେ ମୁମ୍ବାଇ ଏବଂ ଅହମଦାବାଦ ମଧ୍ୟରେ ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri