କପିଳାସରେ ଜାଗର: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ

ଢେଙ୍କାନାଳ,୨୬।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବ ପୀଠ କପିଳାସରେ ବୁଧବାର ମହାଶିବରାତ୍ରୀ ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଛି । ଭୋର ସମୟରୁ ଢେଙ୍କାନାଳ ଜିଲା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଭୋର ସମୟରୁ ଶ୍ରଦ୍ଧାଳୁମାନେ ଲମ୍ବା ଧାଡ଼ିରେ ଛିଡ଼ା ହୋଇ ଶୃଙ୍ଖଳିତ ଭାବେ ପୀଠାଧିଶ ମହାପ୍ରଭୁ ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ଓ ମାତା ପାର୍ବତୀଙ୍କ ଦର୍ଶନ କରୁଛନ୍ତି l ହର ହର ମହାଦେବ , କପିଳାସ ବାବା ପାର୍‌ କରେଗା ଧ୍ୱନି ରେ କପିଳାସ ପିଠ ପ୍ରକମ୍ପିତ ହୋଇଛି। ମୁଖ୍ୟ ମନ୍ଦିରକୁ ଦେବୋତ୍ତର ବିଭାଗ ପକ୍ଷରୁ ଚୁନ ଲାଗି କରାଯାଇ ଫୁଲ ରେ ଆକର୍ଷଣୀୟ ଭାବେ ସାଜସଜ୍ଜା କରାଯାଇଛି। ପୀଠକୁ ଯାଇଥିବା ବାରବାଙ୍କ ରାସ୍ତା ଓ ପାହାଚ ରାସ୍ତାରେ ଶ୍ରଦ୍ଧାଳୁମାନଙ୍କର ନାହିଁ ନ ଥିବା ଭିଡ଼ ଲାଗିଛି l

ଜାଗର ଯାତ୍ରା ଉପଲକ୍ଷେ ସଂଧ୍ୟା ୬ ଟାରେ ଆରତୀ ପରେ ଠାକୁର ଙ୍କ ର ନିତିକାନ୍ତି ଓ ପ୍ରସିଦ୍ଧ ଷୋଡଶ ଉପଚାର ପୂଜା ଅନୁଷ୍ଠିତ ହେବ। ସେହିପରି ଶ୍ରୀଜୀଉଙ୍କ ମହାସ୍ନାନ ପରେ ମହାରୁଦ୍ରାଭିଷେକ ଓ ପରେ ସର୍ଣ୍ଣ ଅଳଙ୍କାର ଲାଗି ମହାପ୍ରଭୁଙ୍କ ନାଗାଭରଣ ବେଶ ଅନୁଷ୍ଠିତ ହେବ । ପରମ୍ପରା ଅନୁଯାୟୀ ଢେଙ୍କାନାଳ ରାଜା ମହାପ୍ରଭୁଙ୍କ ପୂଜାର୍ଚ୍ଚନା ଓ ଦର୍ଶନ କରିବେ । ରାତୀ ୩ଟା ୫୫ ମିନିଟ ରୁ ବେତା ପରିକ୍ରମା ହୋଇ ରାତି ୪ ଟା ୨୦ ମିନିଟ ମଧ୍ୟରେ ମହାଦୀପ ଉଠିବ ବୋଲି ଜଣାପଡିଛି । ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମଧ୍ୟ ପୀଠ ରେ ମହାପ୍ରଭୁ ଙ୍କ ଦର୍ଶନ କରିଥିଲେ । ଚଳିତ ବର୍ଷ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସାଢ଼େ ୧୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri