କପିଳାସରେ ଜାଗର: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ

ଢେଙ୍କାନାଳ,୨୬।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବ ପୀଠ କପିଳାସରେ ବୁଧବାର ମହାଶିବରାତ୍ରୀ ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଛି । ଭୋର ସମୟରୁ ଢେଙ୍କାନାଳ ଜିଲା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଭୋର ସମୟରୁ ଶ୍ରଦ୍ଧାଳୁମାନେ ଲମ୍ବା ଧାଡ଼ିରେ ଛିଡ଼ା ହୋଇ ଶୃଙ୍ଖଳିତ ଭାବେ ପୀଠାଧିଶ ମହାପ୍ରଭୁ ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ଓ ମାତା ପାର୍ବତୀଙ୍କ ଦର୍ଶନ କରୁଛନ୍ତି l ହର ହର ମହାଦେବ , କପିଳାସ ବାବା ପାର୍‌ କରେଗା ଧ୍ୱନି ରେ କପିଳାସ ପିଠ ପ୍ରକମ୍ପିତ ହୋଇଛି। ମୁଖ୍ୟ ମନ୍ଦିରକୁ ଦେବୋତ୍ତର ବିଭାଗ ପକ୍ଷରୁ ଚୁନ ଲାଗି କରାଯାଇ ଫୁଲ ରେ ଆକର୍ଷଣୀୟ ଭାବେ ସାଜସଜ୍ଜା କରାଯାଇଛି। ପୀଠକୁ ଯାଇଥିବା ବାରବାଙ୍କ ରାସ୍ତା ଓ ପାହାଚ ରାସ୍ତାରେ ଶ୍ରଦ୍ଧାଳୁମାନଙ୍କର ନାହିଁ ନ ଥିବା ଭିଡ଼ ଲାଗିଛି l

ଜାଗର ଯାତ୍ରା ଉପଲକ୍ଷେ ସଂଧ୍ୟା ୬ ଟାରେ ଆରତୀ ପରେ ଠାକୁର ଙ୍କ ର ନିତିକାନ୍ତି ଓ ପ୍ରସିଦ୍ଧ ଷୋଡଶ ଉପଚାର ପୂଜା ଅନୁଷ୍ଠିତ ହେବ। ସେହିପରି ଶ୍ରୀଜୀଉଙ୍କ ମହାସ୍ନାନ ପରେ ମହାରୁଦ୍ରାଭିଷେକ ଓ ପରେ ସର୍ଣ୍ଣ ଅଳଙ୍କାର ଲାଗି ମହାପ୍ରଭୁଙ୍କ ନାଗାଭରଣ ବେଶ ଅନୁଷ୍ଠିତ ହେବ । ପରମ୍ପରା ଅନୁଯାୟୀ ଢେଙ୍କାନାଳ ରାଜା ମହାପ୍ରଭୁଙ୍କ ପୂଜାର୍ଚ୍ଚନା ଓ ଦର୍ଶନ କରିବେ । ରାତୀ ୩ଟା ୫୫ ମିନିଟ ରୁ ବେତା ପରିକ୍ରମା ହୋଇ ରାତି ୪ ଟା ୨୦ ମିନିଟ ମଧ୍ୟରେ ମହାଦୀପ ଉଠିବ ବୋଲି ଜଣାପଡିଛି । ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମଧ୍ୟ ପୀଠ ରେ ମହାପ୍ରଭୁ ଙ୍କ ଦର୍ଶନ କରିଥିଲେ । ଚଳିତ ବର୍ଷ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସାଢ଼େ ୧୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri