ମହେନ୍ଦ୍ରଗିରିରେ ବିନା ଭକ୍ତରେ ଶିବରାତ୍ରି

ପାରଳାଖେମୁଣ୍ଡି,୨।୩ ଗଜପତି ଜିଲାର ମହେନ୍ଦ୍ରଗିରି ପାହାଡ଼ରେ ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ଶିବରାତ୍ରି ଓ ଜାଗର ଯାତ୍ରା ପାଳନ କରାଯାଇଛି । ପରମ୍ପରା ଅନୁସାରେ, ମହାଶିବରାତ୍ରି ସୋମବାର ରାତିରେ ମହେନ୍ଦ୍ରଗିରିଠାରେ ଜାଗର ପାଳନ ସହ ମହାଦୀପ ଉଠିଛି। ଜିଲାପାଳ ଲିଙ୍ଗରାଜ ପଣ୍ଡା କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ଏଥର ମହେନ୍ଦ୍ରଗିରିଠାରେ କେବଳ ପୂଜାପାଠ କରାଯିବ ବୋଲି ପୂର୍ବରୁ ନିଷ୍ପରି ନେଇଥିଲେ। ତେଣୁ ଏଠାକୁ କେହି ନ ଆସିବାକୁ ଫେବୃୟାରୀ ୨୭ରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ କଟକଣା ଜାରି କରିଥିଲେ। ମହେନ୍ଦ୍ରଗିରି ଯିବା ବୁରୁଖତ, ରାଜବସା, ବାରଘର, ଚମ୍ପାପୁର, ଗୁଡିଝୁଡି, ଗଙ୍ଗାବାଡ଼, କଇଁପୁର ଆଦି ୧୪ ସ୍ଥାନରେ ଜିଲା ପ୍ରଶାସନ ଓ ପୋଲିସ ଅଧିକାରୀ ଗତ ଦୁଇ ଦିନ ହେଲା ସଜାଗ ଥିଲେ। ତେଣୁ କୌଣସି ଭକ୍ତ ମହେନ୍ଦ୍ରଗିରିକୁ ଜାଗର ପାଳନ ପାଇଁ ଆସିପାରିନାହାନ୍ତି। ମହେନ୍ଦ୍ରଗିରିଠାରେ ଥିବା କୁନ୍ତୀ, ଭୀମ, ଯୁଧିଷ୍ଠିର, ଅର୍ଜୁନ, ଗୋକର୍ଣ୍ଣେଶ୍ବର ମନ୍ଦିରଗୁଡିକରେ କେବଳ ସେବାୟତଙ୍କ ଦ୍ବାରା ଶିବରାତ୍ରର ଯଥାରୀତି ପୂଜାପାଠ କରାଯାଇଥିଲା। ସୋମବାର ମଧ୍ୟରାତିରେ ମହାଦୀପ ଉଠିଥିଲା। ମଙ୍ଗଳବାର ପାରଳାଖେମୁଣ୍ଡି ସହରର ବିଭିନ୍ନ ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri