Posted inଖେଳ

ନୋ-ବଲ୍‌କୁ ନେଇ ଅମ୍ପାୟାରଙ୍କୁ କଟାକ୍ଷ କଲେ ଶୋଏବ-ରମିଜ୍‌

ନୂଆଦିଲ୍ଲୀ,୨୪।୧୦: ଟି୨୦ ବିଶ୍ୱକପ୍‌ ୨୦୨୨ ସିଜନରେ ପ୍ରଥମ ବିଜୟ ସହ ପ୍ରଶଂସକଙ୍କୁ ଦୀପାବଳିର ଭେଟି ଦେଇଛି ଭାରତୀୟ ଟିମ୍‌। ମେଲବୋର୍ନରେ ଖେଳାଯାଇଥିବା ପାକିସ୍ତାନ ବିପକ୍ଷ ଏହି ମୁକାବିଲାରେ ହିରୋ ପାଲଟିଥିଲେ ବିରାଟ କୋହଲି। ଏହାକୁ ନେଇ ତାଙ୍କୁ ପ୍ଲେୟାର ଅଫ୍‌ ଦ ମ୍ୟାଚ୍‌ ଭାବେ ଚୟନ କରାଯାଇଥିଲା। ମ୍ୟାଚ୍‌ ଶେଷ ହେବା ପରେ ଗୋଟିଏ ପଟେ ଭାରତୀୟ ପ୍ରଶଂସକ ଖୁସି ମନାଇ ପାକିସ୍ତାନକୁ ଟାର୍ଗେଟ କରୁଛନ୍ତି। ଅପରପକ୍ଷେ ପାକିସ୍ତାନ ଟିମ୍‌ର ପୂର୍ବ ଖେଳାଳିମାନେ ଶେଷ ଓଭରରେ ଦିଆଯାଇଥିବା ନୋ-ବଲ୍‌କୁ ନେଇ ନୂଆ ବିବାଦ ସୃଷ୍ଟି କରିଛନ୍ତି। ବଲ୍‌ ଅଣ୍ଟା ତଳକୁ ଥିବା ଯୋଗୁ ତାହା ନୋ-ବଲ୍‌ ନ ଥିଲା ବୋଲି ପାକିସ୍ତାନୀ ପ୍ରଶଂସକ କହୁଛନ୍ତି।

ପାକିସ୍ତାନ ଟିମ୍‌ର ପୂର୍ବ ଦ୍ରୁତ ବୋଲର ଶୋଏବ ଅଖତର କୋହଲିଙ୍କ ଏକ ଫଟୋ ଶେୟାର କରି କହିଛନ୍ତି, ‘ଅମ୍ପାୟାର ଭାଇମାନେ , ଆଜି ରାତିରେ ଭାବିବା ଲାଗି ଆପଣଙ୍କ ଲାଗି ଖାଦ୍ୟ। ’ଅର୍ଥାତ ଏହା ସାଧାରଣ ବଲ୍‌ ଥିଲା ବୋଲି ସେ କହିଛନ୍ତି। ହେଲେ ତାଙ୍କୁ କେତେକ ବ୍ୟବହାରକାରୀ ବଲ୍‌ ଅଣ୍ଟା ଉପରେ ଥିବାରୁ ନୋ-ବଲ୍‌ ବୋଲି ପ୍ରତିକ୍ରିୟା ଦେଇଛନ୍ତି।

ସେହିଭଳି ପାକିସ୍ତାନ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ରମିଜ ରାଜା ମଧ୍ୟ ଟୁଇଟ୍‌ କରି ବିବାଦ ସୃଷ୍ଟି କରି ନ ଥିଲେ ହେଁ ମ୍ୟାଚ୍‌କୁ ଠିକ୍‌ ବୋଲି କହିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri