Posted inଖେଳ

ଭାରତ ପାଇଁ ପାଣ୍ଠି ଯୋଗାଡରେ ଲାଗିପଡିଲେ ଏହି ପାକିସ୍ତାନୀ କ୍ରିକେଟର

ଇସଲମାବାଦ୍‌,୨୫।୪: ଭାରତରେ ଏବେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହି ସମୟରେ ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତର ତାଙ୍କ ଦେଶର ଲୋକଙ୍କୁ ନିବେଦନ କରିଛନ୍ତି ଯେ, କରୋନା ଯୁଦ୍ଧରେ ଭାରତକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ। ସେ କହିଛନ୍ତି ଯେ, କରୋନାର ଦ୍ୱିତୀୟ ଲହରରେ ଭାରତର ଅବସ୍ଥା ଖରାପ। ସେଠାରେ ଅମ୍ଳଜାନର ବହୁତ ଅଭାବ ଦେଖାଦେଇଛି। ଏଭଳି ପରିସ୍ଥିତିରେ ଲୋକମାନେ ଭାରତକୁ ଖୋଲାଖୋଲି ଭାବେ ସାହାଯ୍ୟ କରନ୍ତୁ ଏବଂ ସେମାନଙ୍କୁ ଅମ୍ଳଜାନ ଟାଙ୍କି ଯୋଗାଇ ଦିଅନ୍ତୁ। ଅଖତର ତାଙ୍କ ୟୁଟ୍ୟୁବ ଚ୍ୟାନେଲରେ ଏକ ଭିଡିଓ ଶେୟାର କରି ପ୍ରଶଂସକଙ୍କୁ ସହାୟତା ମାଗିଛନ୍ତି।

ଅଖତର କହିଛନ୍ତି ଯେ, ଭାରତରେ ପ୍ରତିଦିନ ପ୍ରାୟ ୪ ଲକ୍ଷ କରୋନା ସଂକ୍ରମଣ ଚିହ୍ନଟ ହେଉଛନ୍ତି। ଦିଲ୍ଲୀ ଏବଂ ମୁମ୍ବାଇ ଭଳି ବଡ ସହର ମଧ୍ୟ ଅସୁରକ୍ଷିତ। କେବଳ ସାମ୍ପ୍ରତିକ ପରିସ୍ଥିତିର ମୁକାବିଲା କରିବା କୌଣସି ସରକାର ସମ୍ଭବ ନୁହେଁ। ଏଭଳି ପରିସ୍ଥିତିରେ ମୁଁ ପାକିସ୍ତାନ ସରକାର ଏବଂ ଲୋକଙ୍କୁ ନିବେଦନ କରୁଛି ଯେ ସେମାନେ ରମ୍‌ଜାନ ଭଳି ପବିତ୍ର ମାସରେ ଭାରତକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ। ଭାରତ ପାଇଁ ପାଣ୍ଠି ସଂଗ୍ରହରେ ସାହାଯ୍ୟ କରିବାକୁ ଅନୁରୋଧ କରୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri