Posted inଖେଳ

ଶୋ ମଝିରୁ ଉଠି ପଳାଇଲେ ଅଖତର

କରାଚୀ,୨୭।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନ ୫ ଉଇକେଟରେ ନ୍ୟୁଜିଲାଣ୍ଡକୁ ହରାଇ ଦେଇଛି। ଏହି ବିଜୟ ପରେ ଏକ ଟିଭି ପ୍ରୋଗ୍ରାମରେ ଉପସ୍ଥାପକଙ୍କ ସହ କଥା କଟାକଟି ପରେ ଶୋ ମଧ୍ୟରୁ ପଳାଇଥିଲେ ପୂର୍ବତନ ପାକିସ୍ତାନ ପେସର ଶୋଏବ ଅଖତର। ଏଥିସହ ଉକ୍ତ ଚ୍ୟାନେଲ ସହ କ୍ରିକେଟ ଆନାଲିଷ୍ଟ ପଦରୁ ଇସ୍ତଫା ଦେଇଛନ୍ତି।

ପିଟିଭିରେ ଏକ ପ୍ରୋଗ୍ରାମ ଚାଲିଥିବା ବେଳେ ଉପସ୍ଥାପକ ୪୬ ବର୍ଷୀୟ ଅଖତରଙ୍କୁ ଖୁବ୍‌ ଖରାପ ବ୍ୟବହାର କରିବା ସହ ଅସମ୍ମାନିତ କରିଥିଲେ। ଅନ୍ତର୍ଜାତୀୟ ସ୍ତରରେ ପାକିସ୍ତାନ ପାଇଁ ୪୬ ଟେଷ୍ଟ ଓ ୧୬୩ ଦିନିକିଆ ଖେଳିଥିବା ଅଖତର ଛିଡ଼ା ହୋଇ ମାଇକ୍ରୋଫୋନ ଫୋପାଡ଼ି ଚାଲିଯାଇଥିଲେ। ଏହାସତ୍ତ୍ୱେ ତାଙ୍କୁ ଫେରାଇ ଆଣିବା ପାଇଁ ଉଦ୍ୟମ କରି ନ ଥିଲେ ଉପସ୍ଥାପକ ନୌମାନ ନିଆଜ। ସେ ବିନା କୌଣସି ପ୍ରତିକ୍ରିୟାରେ ଶୋ’କୁ ଆଗେଇ ନେଇଥିଲେ। କିନ୍ତୁ ଏହି ଘଟଣା ଶୋ’ରେ ଉପସ୍ଥିତ ଥିବା ସାର ଭିଭିଆନ ରିଚାଡର୍‌ସ, ଡେଭିଡ ଗୋଓ୍ବର, ରଶିଦ ଲତିଫ, ଉମର ଗୁଲ, ଆକିବ ଜାଭେଦ ଓ ପାକିସ୍ତାନ ମହିଳା ଦଳର ଖେଳାଳି ସାନା ମିରଙ୍କୁ ଚକିତ କରି ଦେଇଥିଲା।

ଏହି ଘଟଣାର ପ୍ରଭାବ ସୋସିଆଲ ମିଡିଆ ଉପରେ ମଧ୍ୟ ପଡ଼ିଛି। ସିଂହ ଭାଗ ୟୁଜର୍ସ ଅଖତରଙ୍କ ପ୍ରତି ସମବେଦନା ପ୍ରକାଶ କରିବା ସହ ପିଟିଭି କ୍ରୀଡ଼ା ଉପସ୍ଥାପକ ନିଆଜଙ୍କ ଠାରୁ କ୍ଷମା ପ୍ରାର୍ଥନା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri