Posted inଖେଳ

ଭାରତୀୟ ଅଧିନାୟକଙ୍କ ପ୍ରଶଂସାରେ ଶତମୁଖ ଏହି ପାକିସ୍ତାନ କ୍ରିକେଟର: କହିଲେ ‘କୁଲ୍‌ କ୍ୟାପ୍‌ଟେନ୍‌’

ନୂଆଦିଲ୍ଲୀ,୧।୧: ଭାରତୀୟ ଦଳ ମେଲବର୍ନ ଟେଷ୍ଟକୁ ୮ ଉଇକେଟରେ ଜିତିି ଅଷ୍ଟ୍ରେଲିଆଠାରୁ ଆଡିଲେଡ୍‌ ଟେଷ୍ଟର ପ୍ରତିଶୋଧ ନେଇଥିଲା। କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେ ଦଳର ନେତୃତ୍ୱରେ ଦଳର ଏହି ବିଜୟ ଯୋଗୁ ସିରିଜ ଏବେ ୧-୧ ସମାନ ସ୍ତରରେ ପହଞ୍ଚିଛି। ତେବେ ମ୍ୟାଚ୍‌ରେ ବ୍ୟକ୍ତିଗତ ଭାବେ ରାହାନେ ୧୧୨ରନ୍‌ କରିବା ଯୋଗୁ ଦଳ ମଜଭୂତ ସ୍ଥିତିରେ ପହଞ୍ଚିଥିଲା। ଏବେ ପାକିସ୍ତାନର ପୂର୍ବ ଦ୍ରୁତ ବୋଲର ଶୋଏବ ଅଖତର ରାହାନେଙ୍କ ପ୍ରଶଂସା କରିଛନ୍ତି।

ମୁଁ ଉଭୟ ମ୍ୟାଚ୍‌ ଦେଖିଛି। ଅଷ୍ଟ୍ରେଲିଆ ଭାରତ ବିପକ୍ଷରେ ଭଲ ପ୍ରଦର୍ଶନ କରିଥିଲା। ମୋତେ ଲାଗିଥିଲା ସ୍କୋର ୩୬୯ ଅଛି, ହେଲେ ତାହା ୩୬/୯ ଥିଲା। ହେଲେ ବିପଦ ବେଳେ ପ୍ରକୃତ ପରିଚୟ ଜଣାପଡେ। ଭାରତୀୟ ଦଳ ଚାପରେ ଥିବା ସତ୍ତ୍ୱେ ଦ୍ୱିତୀୟ ଟେଷ୍ଟରେ ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ରାହାଣେ ବହୁତ ଶାନ୍ତ ସ୍ବଭାବର ଏବଂ ଚୁପ୍‌ ରହୁଥିବା ଖେଳାଳି। ସେ ଫାଲତୁ କଥାରେ ରାଗନ୍ତି ନାହିଁ। ନିରବ ରହି ଭଲ ନେତୃତ୍ୱ ନେଇପାରନ୍ତି। ତାଙ୍କର ଅଧିନାୟକତ୍ୱରେ ଭାରତୀୟ ଦଳ ଅଚାନକ ପ୍ରଦର୍ଶନ କରିଛି। ଭାରତ ପାଖରେ ସିରିଜ ଜିତିବାର ସୁଯୋଗ ରହିଛି ବୋଲି ଶୋଏବ କହିଛନ୍ତି।

୧୦-୧୫ ବର୍ଷ ପୂର୍ବେ ଅଷ୍ଟ୍ରେଲିଆକୁ ଅନ୍ୟ ଉପମହାଦ୍ୱିପ ଟିମ୍‌ ହରାଇବା କଥା କେହି ଭାବି ପାରୁ ନ ଥିଲେ। ହେଲେ ଏବେ ତାହା ହେଉଛି। ପୁରା ସିରିଜ ରୋମାଞ୍ଚକର ଲାଗୁଛି। ମୁଁ ଭାରତକୁ ବିଜେତା ଭାବେ ଦେଖିବାକୁ ଚାହେଁ। କାରଣ ସେ ଭଲ ପ୍ରତ୍ୟାବର୍ତ୍ତନ କରିଛି। ରାହାନେଙ୍କ ଶତକ ଅଧିକ ପ୍ରଭାବ ପକାଇଲା ବୋଲି ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri