Posted inଖେଳ

Shoaib Malik Video: କେବଳ ୫ ନୁହନ୍ତି ୫୦୦ ଝିଅ ଅଛନ୍ତି…ସାନିଆଙ୍କଠାରୁ ଅଲଗା ହେବା ପରେ ଶୋଏବଙ୍କ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୩୦।୧: ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ନିଜ ବୋଲିଂ ନଚେତ ବ୍ୟାଟିଂକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏବେ କିନ୍ତୁ ପରିସ୍ଥିତି ବଦଳିଛି। କ୍ରିକେଟ ନୁହେଁ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ସେ ଖବର ଶିରୋନାମାରେ ଅଛନ୍ତି। ନିକଟରେ ସେ ସାନିଆ ମିର୍ଜାଙ୍କୁ ଛାଡ଼ପତ୍ର ଦେଇ ତୃତୀୟ ବିବାହ କରିଛନ୍ତି। ଏହା ଜଣାପଡ଼ିବା ପରେ ତାଙ୍କର କିଛି ପୁରୁଣା ଭିଡିଓ ଭାଇରାଲ ହେଉଛି। ଏବେ ସେଭଳି ଏକ ଭିଡିଓ ଆଲୋଚନାର ବିଷୟ ପାଲଟିଛି।

ଶୋଏବଙ୍କ ଭିଡିଓଟି ଏକ ଟକ୍‌ ଶୋ’ର। ଏଥିରେ ଶୋଏବ ଅଖତର ତାଙ୍କୁ କିଛି ପ୍ରଶ୍ନ ପଚାରୁଛନ୍ତି। ଯେମିତିକି ତୁମର ପ୍ରିୟ ୫ ଯୁବତୀ କିଏ? ଏଥିରେ ଶୋଏବ କହୁଛନ୍ତି- ୫ ନୁହେଁ ୫୦୦ ଝିଅ ଅଛନ୍ତି। ଯଦି ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ନାମ କହିବି ତେବେ ବାକି ଖରାପ ଭାବିବେ। ଏପରିକି ସେ ପୁଅଙ୍କଠାରୁ ଅଧିକ ଝିଅଙ୍କ ସହ ବନ୍ଧୁତା କରିବାକୁ ପସନ୍ଦ କରନ୍ତି ବୋଲି କହିଛନ୍ତି।

 

View this post on Instagram

 

A post shared by Bleed Green 💚 (@ibleedgreen.2k)

ନିକଟରେ ପାକିସ୍ତାନୀ ଗଣମାଧ୍ୟମର ରିପୋର୍ଟରେ କୁହାଯାଇଥିଲା ଯେ, ଶୋଏବ ମଲିକ ଗତ ୩ ବର୍ଷ ଧରି ସନା ଜାଭେଦଙ୍କ ସହ ସମ୍ପର୍କରେ ଥିଲେ। ଅର୍ଥାତ ସନା ବିବାହର କିଛି ସମୟ ପରେ ଶୋଏବଙ୍କ ପ୍ରେମରେ ପଡ଼ିଥିଲେ। ସାନିଆ ଏବଂ ତାଙ୍କ ପରିବାର ଏନେଇ ଜାଣିଥିଲା। ହେଲେ ଶୋଏବଙ୍କ ପରିବାରଲୋକେ ଏନେଇ ଗତ ବର୍ଷ ଜାଣିବାକୁ ପାଇଲେ। ତାଙ୍କୁ ବୁଝାଯାଇଥିଲେ ହେଁ ସେମାନେ ବିଫଳ ହୋଇଥିଲେ। ଶେଷରେ ସାନିଆଙ୍କଠାରୁ ଶୋଏବ ଅଲଗା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri