ସାନିଆ ମିର୍ଜାଙ୍କ ଠାରୁ ଅଲଗା ହେବାର ଗୁଜବ ଭିତରେ ପୁଣି ବିବାହ କଲେ ଶୋଏବ ମଲିକ, ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ଭାରତର ଲୋକପ୍ରିୟ ଟେନିସ ଖେଳାଳୀ ସାନିଆ ମିର୍ଜାଙ୍କ ଠାରୁ ଅଲଗା ହେବା ପରେ ପାକିସ୍ତାନର ପୂର୍ବତନ କ୍ରିକେଟର ଶୋଏବ ମଲିକ ପୁଣି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଶନିବାର ସକାଳେ ସେ ତାଙ୍କ ବିବାହର ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଶୋଏବ ପାକିସ୍ତାନୀ ଅଭିନେତ୍ରୀ ସାନା ଜାଭେଦଙ୍କୁ ବିବାହ କରିଛନ୍ତି।

 

View this post on Instagram

 

A post shared by Shoaib Malik (@realshoaibmalik)

ସୂଚନାଥାଉ କି, ଦୁଇଦିନ ପୂର୍ବରୁ ସାନିଆ ମିର୍ଜା ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ ଫଟୋ ଶେୟାର କରିଥିଲେ। ଯେଉଁଥିରେ ସେ ଲେଖିଥିଲେ, ବିବାହ ବିଚ୍ଛେଦ ବହୁତ କଷ୍ଟ ଦେଇଥାଏ। ସେହିପରି ବିବାହ ମଧ୍ୟ ଯନ୍ତ୍ରଣାଦାୟକ ହୋଇଥାଏ। ଅନୁମାନ କରାଯାଉଥିଲା କି, ଶୋଏବଙ୍କ ସହ ସାନିଆଙ୍କର ଛାଡପତ୍ର ହୋଇଯାଇଛି। ଗତ ୧ବର୍ଷ ମଧ୍ୟରେ ଗୁଜବ ହେଉଥିଲା କି, ଦୁହିଁଙ୍କ ମଧ୍ୟରେ କିଛି ବି ଠିକ୍‌ ନାହିଁ। ଦୁହେଁ ଅଲଗା ହେବାକୁ ଯାଉଛନ୍ତି।
ଏହି ଅନୁମାନର ସତ୍ୟତା ଆଜି ସ୍ପଷ୍ଟ ହୋଇଛି।

ସୂଚନାଯୋଗ୍ୟ, ଶୋଏବ ଓ ସୋନିଆ ୨୦୧୦ ଏପ୍ରିଲ ୧୨ରେ ହାଇଦ୍ରାବାଦରେ ବିବାହ କରିଥିଲେ। ତେବେ ଏହାକୁ ନେଇ ଦେଶରେ ବିବାଦ ଦେଖା ଦେଇଥିଲା। ୨୦୧୮ରେ ସେମାନଙ୍କର ଏକ ପୁଅ ହୋଇଥିଲା। କିନ୍ତୁ କରୋନା ପରେ ଦୁହିଁଙ୍କ ଭିତରେ ବିବାଦ ଦେଖାଯିବାରୁ ସେମାନେ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୟଙ୍କ ଯାଦବଙ୍କୁ ବଡ ଉପହାର ଦେଲା ବିସିସିଆଇ, କିନ୍ତୁ ରହିଛି ଖରାପ ଖବର

ମୁମ୍ବାଇ,୧ା୫: ପେସ୍‌ ବୋଲିଂ ସେନ୍‌ସେସନ୍‌ ମୟଙ୍କ ଯାଦବ ଅବଶିଷ୍ଟ ଆଇପିଏଲ୍‌ ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ନେଇ ସନ୍ଦେହ ଉପୁଜିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ ସମୟରେ...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

ସେଲିବ୍ରେସନ୍‌ ପାଇଁ ବାଣ, ମିଠା କିଣି ଘରକୁ ଆଣିଥିଲେ ରିଙ୍କୁ ସିଂ’ଙ୍କ ବାପା, ପୁଅର ହେଲାଣି ସିଲେକ୍‌ସନ୍‌

ନୂଆଦିଲ୍ଲୀ,୧ା୫: ମଙ୍ଗଳବାର ପୁରୁଷ ଟି୨୦ ବିଶ୍ୱକପ ପାଇଁ ୧୫ ଜଣ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ନିମ୍ନକ୍ରମର ଦୁର୍ଦଶ ବ୍ୟାଟର ରିଙ୍କୁ ସିଂଙ୍କୁ ଦଳରେ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ...

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର...

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ଲକ୍ଷ୍ନୌ ଜିତିବା ପରେ ପଏଣ୍ଟ ଟେବୁଲ୍‌ରେ ହେଲା ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛି

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ଲକ୍ଷ୍ନୌର ଘରୋଇ ଗ୍ରାଉଣ୍ଡରେ ଖେଳାଯାଇଥିବା ମ୍ୟାଚରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri