Posted inଖେଳ

ପାକିସ୍ତାନ ଦଳରେ ସାମିଲ ହେବେ ସୋଏବ ମଲିକ

କରାଚୀ, ୮ା୮ (ପି.ଟି.)- ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଅଗଷ୍ଟ ୨୮ରୁ ସାଉଥାମ୍ପଟନରେ ଆରମ୍ଭ ହେବ। ଟି୨୦ ସ୍ପେଶାଲିଷ୍ଟ ସୋଏବ ମଲିକ ଅଗଷ୍ଟ ୧୫ରେ ଦଳ ସହିତ ଯୋଗ ଦେବେ। ତେବେ ଏହା ପୂର୍ବରୁ ତାଙ୍କୁ ଦୁଇଥର କୋଭିଡ୍‌-୧୯ ଟେଷ୍ଟରେ ଉତ୍ତୀର୍ଣ୍ଣ ହେବାକୁ ପଡ଼ିବ। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ତରଫରୁ ଶୁକ୍ରବାର ସୂଚନା ଦିଆଯାଇଛି। ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜ ଶେଷ ହେବା ପରେ ଉଭୟ ଦଳ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ଖେଳିବେ। ମାଞ୍ଚେଷ୍ଟରରେ ଅଗଷ୍ଟ ୨୮, ୩୦ ଓ ସେପ୍ଟେମ୍ବର ୧ରେ ଜୈବସୁରକ୍ଷିତ ପରିବେଶ ମଧ୍ୟରେ ଏହି ତିନୋଟି ମ୍ୟାଚ ଖେଳାଯିବ। ମଲିକ ୟୁଏଇରେ ତାଙ୍କ ପରିବାର ସହିତ କିଛି ସମୟ ବିତାଇବାକୁ ଚାହିଁଥିଲେ। ଇଂଲଣ୍ଡରେ ବିଳମ୍ବରେ ଦଳରେ ଯୋଗଦେବା ଲାଗି ପିସିବି ତାଙ୍କୁ ଅନୁମତି ଦେଇଥିଲା। ପାକିସ୍ତାନର ଏହି ପୂର୍ବତନ ଅଧିନାୟକ ଭାରତର ଟେନିସ ଷ୍ଟାର ସାନିଆ ମିର୍ଜାଙ୍କୁ ବିବାହ କରିଛନ୍ତି। ସେମାନଙ୍କର ବର୍ଷକର ଏକ ପୁତ୍ର ସନ୍ତାନ ରହିଛି। କୋଭିଡ୍‌-୧୯ ଦେଖାଦେବା ପରଠାରୁ ସେ ତାଙ୍କ ପରିବାରକୁ ଭେଟପାରି ନାହାନ୍ତି। ଅନ୍ୟପକ୍ଷରେ ସହକାରୀ କୋଚ୍‌ ଶାହିଦ ଆସଲାମ୍‌ ଅଗଷ୍ଟ ୮ରେ ମାଞ୍ଚେଷ୍ଟରକୁ ଫେରିବେ। ସେ ତାଙ୍କ ଭାଇଙ୍କ ଅନ୍ତ୍ୟେଷ୍ଟିକ୍ରିୟାରେ ଯୋଗଦାନ କରିବା ଲାଗି ଗତ ସପ୍ତାହରେ ଲାହୋର ଆସିଥିଲେ। ପାକିସ୍ତାନ କ୍ରିକେଟ ଦଳ ବର୍ତ୍ତମାନ ମାଞ୍ଚେଷ୍ଟରରେ ଇଂଲଣ୍ଡ ବିପକ୍ଷରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri