Posted inଖେଳ

ପାକିସ୍ତାନ ଦଳରେ ସାମିଲ ହେବେ ସୋଏବ ମଲିକ

କରାଚୀ, ୮ା୮ (ପି.ଟି.)- ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଅଗଷ୍ଟ ୨୮ରୁ ସାଉଥାମ୍ପଟନରେ ଆରମ୍ଭ ହେବ। ଟି୨୦ ସ୍ପେଶାଲିଷ୍ଟ ସୋଏବ ମଲିକ ଅଗଷ୍ଟ ୧୫ରେ ଦଳ ସହିତ ଯୋଗ ଦେବେ। ତେବେ ଏହା ପୂର୍ବରୁ ତାଙ୍କୁ ଦୁଇଥର କୋଭିଡ୍‌-୧୯ ଟେଷ୍ଟରେ ଉତ୍ତୀର୍ଣ୍ଣ ହେବାକୁ ପଡ଼ିବ। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ତରଫରୁ ଶୁକ୍ରବାର ସୂଚନା ଦିଆଯାଇଛି। ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜ ଶେଷ ହେବା ପରେ ଉଭୟ ଦଳ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ଖେଳିବେ। ମାଞ୍ଚେଷ୍ଟରରେ ଅଗଷ୍ଟ ୨୮, ୩୦ ଓ ସେପ୍ଟେମ୍ବର ୧ରେ ଜୈବସୁରକ୍ଷିତ ପରିବେଶ ମଧ୍ୟରେ ଏହି ତିନୋଟି ମ୍ୟାଚ ଖେଳାଯିବ। ମଲିକ ୟୁଏଇରେ ତାଙ୍କ ପରିବାର ସହିତ କିଛି ସମୟ ବିତାଇବାକୁ ଚାହିଁଥିଲେ। ଇଂଲଣ୍ଡରେ ବିଳମ୍ବରେ ଦଳରେ ଯୋଗଦେବା ଲାଗି ପିସିବି ତାଙ୍କୁ ଅନୁମତି ଦେଇଥିଲା। ପାକିସ୍ତାନର ଏହି ପୂର୍ବତନ ଅଧିନାୟକ ଭାରତର ଟେନିସ ଷ୍ଟାର ସାନିଆ ମିର୍ଜାଙ୍କୁ ବିବାହ କରିଛନ୍ତି। ସେମାନଙ୍କର ବର୍ଷକର ଏକ ପୁତ୍ର ସନ୍ତାନ ରହିଛି। କୋଭିଡ୍‌-୧୯ ଦେଖାଦେବା ପରଠାରୁ ସେ ତାଙ୍କ ପରିବାରକୁ ଭେଟପାରି ନାହାନ୍ତି। ଅନ୍ୟପକ୍ଷରେ ସହକାରୀ କୋଚ୍‌ ଶାହିଦ ଆସଲାମ୍‌ ଅଗଷ୍ଟ ୮ରେ ମାଞ୍ଚେଷ୍ଟରକୁ ଫେରିବେ। ସେ ତାଙ୍କ ଭାଇଙ୍କ ଅନ୍ତ୍ୟେଷ୍ଟିକ୍ରିୟାରେ ଯୋଗଦାନ କରିବା ଲାଗି ଗତ ସପ୍ତାହରେ ଲାହୋର ଆସିଥିଲେ। ପାକିସ୍ତାନ କ୍ରିକେଟ ଦଳ ବର୍ତ୍ତମାନ ମାଞ୍ଚେଷ୍ଟରରେ ଇଂଲଣ୍ଡ ବିପକ୍ଷରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri