Posted inଜାତୀୟ

ଏଏପିକୁ ଝଟ୍‌କା, ୧୫ ଜୁନ ସୁଦ୍ଧା ଦଳୀୟ କାର୍ଯ୍ୟାଳୟ ଖାଲି କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୩: ସୁପ୍ରିମକୋର୍ଟ ଆମ ଆଦମୀ ପାର୍ଟି(ଏଏପି)କୁ ତାଙ୍କ କାର୍ଯ୍ୟାଳୟ ଖାଲି କରିବାକୁ କହିଛନ୍ତି। ତେବେ ନିର୍ବାଚନକୁ ଦୃଷ୍ଟିରେ ରଖି କୋର୍ଟ ଜୁନ୧୫ ପର୍ଯ୍ୟନ୍ତ ସମୟ ଦେଇଛନ୍ତି। ସୂଚନାଯୋଗ୍ୟ, ଆମ ଆଦମୀ ପାର୍ଟି ବିରୋଧରେ ଏକ ଅଭିଯୋଗ କରାଯାଇଥିଲା ଯେ ରାଉଜ ଆଭେନ୍ୟୁ କୋର୍ଟକୁ ଦିଆଯାଇଥିବା ଜମିରେ ସେମାନଙ୍କ କାର୍ଯ୍ୟାଳୟ ନିର୍ମାଣ କରାଯାଇଥିଲା।
ଏହି ପ୍ରସଙ୍ଗରେ ହାଇକୋର୍ଟ ମଧ୍ୟ ଅସନ୍ତୋଷ ବ୍ୟକ୍ତ କରି କାର୍ଯ୍ୟାଳୟ ଖାଲି କରିବାକୁ କହିଥିଲେ। ଏହି ନିଷ୍ପତ୍ତି ବିରୋଧରେ ଏଏପି ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଥିଲା। ବର୍ତ୍ତମାନ ସୁପ୍ରିମକୋର୍ଟ ଏହି କାର୍ଯ୍ୟାଳୟ ଖାଲି କରିବାକୁ କହିଛନ୍ତି। କୋର୍ଟ ଏହା ମଧ୍ୟ କହିଛନ୍ତି ଯେ ଏଏପି ଏକ ନୂତନ କାର୍ଯ୍ୟାଳୟ ପାଇଁ ସରକାରଙ୍କ ନିକଟରେ ଆବେଦନ କରିପାରିବ।
କୋର୍ଟ ଏହା ମଧ୍ୟ କହିଛନ୍ତି ଯେ ୪ସପ୍ତାହ ମଧ୍ୟରେ ସଂପୃକ୍ତ ବିଭାଗ ଏଏପି ର ଆବେଦନ ଉପରେ ନିଷ୍ପତ୍ତି ନେବା ଉଚିତ। ଅଦାଲତ ସ୍ପଷ୍ଟ କରିଛନ୍ତି ଯେ ଜମି ପୂର୍ବରୁ କୋର୍ଟକୁ ଦିଆଯାଇଥିଲା। ସେହି ଜମିରେ ହାଇକୋର୍ଟ କର୍ମଚାରୀଙ୍କ ପାଇଁ ଏକ ଆବାସିକ କମ୍ପ୍ଲେକ୍ସ ନିର୍ମାଣ କରାଯିବ। ସେଠାରେ ଏଏପି ପାର୍ଟି ଅଫିସ ଚଲାଇପାରିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri