ବିଜେଡି ନେତାଙ୍କୁ ଝଟ୍‌କା: ୨୪ କୋଟି ୨୧ ଲକ୍ଷ ଫାଇନ୍‌ ପକାଇଲେ…

ନୟାଗଡ଼,୬।୧୦(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଭାପୁର ତହସିଲ ନିମାଣି ଗାଁସ୍ଥିତ କାସିଆ ପାହାଡ଼ରେ ମାତ୍ରାଧିକ ଖଣି ଉତ୍ତୋଳନ ଓ ଜଙ୍ଗଲ ଜମିରେ ବେଆଇନ ଖନନ ମାମଲାରେ ବିଜେଡି ନେତା ବେଣୁଧର ପ୍ରଧାନଙ୍କୁ ଝଟ୍‌କା। ବେଣୁଧରଙ୍କ ଉପରେ ୨୪ କୋଟି ୨୧ ଲକ୍ଷ ଟଙ୍କାର ଫାଇନ୍‌ କସିଛି ଖଣି ବିଭାଗ। ଲିଜ୍‌ଧରା ନିୟମ ଉଲ୍ଲଘଂନ କରି ଖଣି ଚଲାଉଥିବା ଅଭିଯୋଗ ହୋଇଆସୁଥିଲା। ଅନୁମତି ଠାରୁ ଅଧିକା ଖୋଳା ଯାଇଥିବା ତଦନ୍ତରୁ ଜଣାପଡିଥିଲା। ବାରମ୍ବାର ଅଭିଯୋଗ ପରେ ନୟାଗଡ଼ ଖଣି ଅଧିକାରୀ ଈଶ୍ୱର ପ୍ରଧାନ ଏବଂ ଅନ୍ୟ କିଛି ପୋଲିସ ଫୋର୍ସ ସହ କାସିଆ କାରୀରେ ଗତ ଜୁଲାଇ ୨୨ରେ ଚଢ଼ାଉ କରିଥିଲେ। ଚଉପରେ କାର୍ଯ୍ୟାନୁଷ୍ଠାନ ହୋଇଛି।ପ୍ରକସଜେ ଅନୁମତି ସ୍ଥାନରୁ ମାତ୍ରାଧିକ ଖଣି ଉତ୍ତୋଳନ ହେବା ସହ ଜଙ୍ଗଲ ଜମିରେ ରାସ୍ତା ଓ ପଥର ଖଣି ଖନନ ଅଭିଯୋଗ ରହିଥିଲା। ବାରମ୍ବାର ଅଭିଯୋଗ ପରେ କୌଣସି କାର୍ଯ୍ୟାନୁଷ୍ଠାନ ହେଉନଥିଲା।
ଦୀର୍ଘ ବର୍ଷ ଧରି ବିଜେଡି ନେତା ତଥା ଭାପୁର ବ୍ଲକ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ କାସିଆ ଖଣି ଏବଂ ରାଜସ୍ବ ବିଭାଗର ଅଧିକାରୀଙ୍କୁ ହାତ କରି ପାହାଡ଼ରୁ ବେଆଇନ ଭାବେ ଖନନ ଜାରି ରଖିଥିଲେ । ଏ ସଂପର୍କରେ ଗତ ଜୁଲାଇ ୨୦ରେ ଖବର ପ୍ରସାରଣ ହୋଇଥିଲା ନୂଆ ସରକାର ଆସିବା ପରେ ଆକ୍ସନ ନେଇଛି ଖଣି ବିଭାଗ । ଭୁବନେଶ୍ୱର ORSAC ପକ୍ଷରୁ ଅତ୍ୟାଧୁନିକ ଜ୍ଞାନ କୌଶଳଯୁକ୍ତ ମ୍ୟାପିଂ ଯନ୍ତ୍ର ବ୍ୟବହାର କରାଯାଇ ମାପଚୁପ କରାଯାଇଥିଲା । ତେବେ ଖଣି ଅଧିକାରୀଙ୍କ କାର୍ଯ୍ୟାନୁଷ୍ଠାନକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା କହିଛନ୍ତି, ଲିଜଧାରୀ ବେଣୁଧର ପ୍ରଧାନଙ୍କ କମ୍ପାନୀ ପିଆରଓ ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri