ଚାଇନାକୁ ଝଟକା: ଗୁପ୍ତ କ୍ଷେପଣାସ୍ତ୍ର ପ୍ରକଳ୍ପରୁ ରକେଟ ବୈଜ୍ଞାନିକ ହେଲେ ବାହାର…

ବେଜିଂ,୧।୨ : ଚାଇନାର ଗୁପ୍ତ ରକେଟ ପ୍ରକଳ୍ପ ସହ ଜଡିତ ଜଣେ ଅଗ୍ରଣୀ ରକେଟ ବୈଜ୍ଞାନିକଙ୍କୁ ସରକାର ହଟାଇ ଦେଇଛନ୍ତି। ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କ ପରାମର୍ଶଦାତା କମିଟି ଏହି ନିଷ୍ପତ୍ତି ନେଇଛନ୍ତି।
ତେବେ ରକେଟ ପ୍ରକଳ୍ପ ଜାରି ରହିବ ବୋଲି କମିଟି କହିଛି। ଏହାପୂର୍ବରୁ ମଧ୍ୟ ଏହି ପ୍ରକଳ୍ପ ସହ ଜଡିତ ଅର୍ଥମନ୍ତ୍ରୀଙ୍କୁ ମଧ୍ୟ ହଟାଇ ଦିଆଯାଇଥିଲା।
ଚାଇନାର ପିପୁଲ୍ସ ପଲିଟିକାଲ କନସଲଟେଶନ କନଫରେନ୍ସ (ସିପିପିସିସି) ର ୧୪ ତମ ଟାଙ୍ଗ କମିଟି କହିଛି ରକେଟ ବୈଜ୍ଞାନିକ ୱାଙ୍ଗ ଜିଆଓଜୁନଙ୍କ ବିରୋଧରେ ଦୁର୍ନୀତିର ଅଭିଯୋଗ ହୋଇଛି। ଘଟଣାର ତଦନ୍ତ ଚାଲିଛି। ଏହି ପ୍ରକଳ୍ପର ପ୍ରଥମ ଇନଚାର୍ଜ ଜେନେରାଲ ଲି ଶାଙ୍ଗଫୁ ଥିଲେ। ତାଙ୍କୁ ମଧ୍ୟ ହଟାଯାଇଥିଲା।

ଏହି ଷ୍ଟାଡିଙ୍ଗ କମିଟିରେ ଚାଇନାର ରାଜନୈତିକ ନେତା, ପ୍ରତିରକ୍ଷା ମନ୍ତ୍ରଣାଳୟର ବରିଷ୍ଠ ସଦସ୍ୟ ଏବଂ ଅନ୍ୟାନ୍ୟ ବିଭାଗ ସଦସ୍ୟ ଅଛନ୍ତି। ଏହା ପୂର୍ବରୁ ଆଶା କରାଯାଉଥିଲା ୱାଙ୍ଗ ଆସନ୍ତା ମାସରେ ତାଙ୍କର ବାର୍ଷିକ ବୈଠକ ପରିଦର୍ଶନ କରିବେ। ଏହି ନିଷ୍ପତ୍ତି ଶୀଘ୍ର ନିଆଯାଇଥିଲା। ରକେଟ ବୈଜ୍ଞାନିକଙ୍କୁ ବାହାର କରିବା ଦ୍ୱାରା ଚାଇନାର ରକେଟ ବିକାଶ ପ୍ରକଳ୍ପକୁ ଏକ ଝଟକା ଲାଗିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ଆମେରିକା-ଇରାନ ଡିଲ୍‌ରେ ଏହି ଦେଶ ସାମିଲ, ଜାଣିଲେ ହୋଇଯିବେ ତାଜୁବ

ଓ୍ବାଶିଂଟନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବିବାଦର ମଧ୍ୟସ୍ଥତା ପାଇଁ ପ୍ରୟାସ ଜୋର ଧରିଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

ଦୁବାଇରେ ଧରାପଡ଼ିଲେ ଭାରତର ମୋଷ୍ଟ ୱାଣ୍ଟେଡ ଡ୍ରଗ୍ସ ମାଫିଆ! ଖୁବଶୀଘ୍ର ଆସିବେ ଭାରତ

ନୂଆଦିଲ୍ଲୀ,୨୪।୩: ଭାରତର ଡ୍ରଗ ମାଫିଆଙ୍କ ଜଣେ ପ୍ରମୁଖ ବ୍ୟକ୍ତି ଜସବିନ୍ଦର ଓରଫ ‘ଜାଜ’କୁ ଦୁବାଇରେ ଗିରଫ କରାଯାଇଛି। ଭାରତୀୟ ଏଜେନ୍ସିଗୁଡ଼ିକର ନିର୍ଦ୍ଦେଶରେ ଇଣ୍ଟରପୋଲ ସହାୟତାରେ ଏହି ଅପରେଶନ…

ଆମେରିକା ଅପଦସ୍ଥ

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜକୁ ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଖୋଲା ନ କଲେ ଇରାନକୁ ଭୟାବହ ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଇସ୍ରାଏଲ ଉପରେ ମିଶାଇଲ୍ ଆଟାକ୍ କଲା ଇରାନ, ତେହରାନ୍‌ ଆମେରିକା ସହ ଆଲୋଚନା ପାଇଁ ମନାକରିବାରୁ ପୁଣି ବଢ଼ିଲା ତେଲ ଦର

ତେହରାନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଆଲୋଚନା ଆରମ୍ଭ କରିବା ପାଇଁ ପ୍ରୟାସ ତୀବ୍ର ହୋଇଛି । ତଥାପି, ପରିସ୍ଥିତି ସ୍ୱାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri