Posted inଜାତୀୟ

କଂଗ୍ରେସକୁ ଝଟ୍‌କା: ଗାନ୍ଧୀ ପରିବାର ଟ୍ରଷ୍ଟ୍‌ର ଯାଞ୍ଚ୍‌ କରିବ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ, ୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କଂଗ୍ରେସକୁ ଏକ ଝଟ୍‌କା ଦେଇଛନ୍ତି। ଗାନ୍ଧୀ ପରିବାର ଟ୍ରଷ୍ଟ୍‌ର ଯାଞ୍ଚ୍‌ ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଯୋଜନା କରାଯାଇଛି। ଏଥି ଲାଗି ଆନ୍ତଃ ମନ୍ତ୍ରଣାଳୟ କମିଟି ଗଠନ କରାଯାଇଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ସ୍ବତନ୍ତ୍ର ନିର୍ଦ୍ଦେଶକ କମିଟିର ମୁଖ୍ୟ ହେବେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କହିଛି। ଏହି କମିଟି ଇନ୍ଦିରା ଗାନ୍ଧୀ ମେମୋରିଆଲ୍‌ ଟ୍ରଷ୍ଟ୍‌, ରାଜୀବ ଗାନ୍ଧୀ ଚାରିଟେବୁଲ୍‌ ଟ୍ରଷ୍ଟ୍‌, ରାଜୀବ ଗାନ୍ଧୀ ଫାଉଣ୍ଡେଶନ ଆଦିର ଯାଞ୍ଚ୍‌ କରିବ। ଏସବୁ ଟ୍ରଷ୍ଟ୍‌ରେ ପିଏମ୍‌ଏଲ୍‌ଏ, ଆୟକର ଅଧିନିୟମ, ଏଫ୍‌ସିଆର୍‌ଏ ଆଦି ବିଭିନ୍ନ ଆଇନଗତ ବ୍ୟବସ୍ଥାର ଉଲ୍ଲଂଘନ ହୋଇଥିବା କୁହାଯାଉଛି। ଏସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପ୍ରବକ୍ତା ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜୁନ୍‌ ୨୭ରେ ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ଅଭିଯୋଗ କରିଥିଲେ ଯେ, ରାଜୀବ ଗାନ୍ଧୀ ଫାଉଣ୍ଡେଶନକୁ ବହୁ ସରକାରୀ ରାଷ୍ଟ୍ରାୟତ କମ୍ପାନୀରୁ ବେଆଇନ ଭାବେ ପାଣ୍ଠି ଆସିଛି। ସେହିପରି ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍‌ ପାଣ୍ଠିରେ ଜମା ହୋଇଥିବା ଟଙ୍କାକୁ ୨୦୦୫ରୁ ୨୦୦୮ ମଧ୍ୟରେ ରାଜୀବ ଗାନ୍ଧୀ ଫାଉଣ୍ଡେଶନକୁ ସ୍ଥାନାନ୍ତର କରାଯାଇଛି। ଏହାପରେ ମୋଦ ସରକାର ଏହାର ଯାଞ୍ଚ୍‌ କରିବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

କାଲିଠୁ ଶ୍ରାବଣ ଆରମ୍ଭ: ପ୍ରଥମ ଦିନରେ କରନ୍ତୁ ଏହି ୩ ସହଜ କାମ, ମହାଦେବଙ୍କ କୃପାରୁ ଚମକିବ ଭାଗ୍ୟ!

ହିନ୍ଦୁ ଧର୍ମରେ ଶ୍ରାବଣ ମାସକୁ ଦେବଦେବ ମହାଦେବଙ୍କ ଆରାଧନା ପାଇଁ ସବୁଠାରୁ ପବିତ୍ର ଓ ଗୁରୁତ୍ୱପୂର୍ଣ୍ଣ ମାସ ଭାବେ ବିବେଚନା କରାଯାଏ। ଚଳିତ ବର୍ଷ ଜୁଲାଇ ୩୦…

ଆଶ୍ଚର୍ଯ୍ୟ ହେଲେବି ସତ, ଏହି ରାଜ୍ୟରେ ୭ ହଜାର ଛାତ୍ର HIV ପଜିଟିଭ୍

ବେଙ୍ଗାଲୁରୁ,୨୯।୭: କର୍ନାଟକରୁ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ୧୮ ରୁ ୨୫ ବର୍ଷ ବୟସର ପ୍ରାୟ ୭ ହଜାର…

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି…

କାଦୁଅ ପାଇଁ ହନ୍ତସନ୍ତ ରୋଗୀ, ଥୁଆମୂଳ ରାମପୁର CHC ରାସ୍ତାରେ ଅଟକୁଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମୁଖ୍ୟ ରାସ୍ତା ଓ ଗେଟ୍ ସମ୍ମୁଖରେ ଏବେ ସ୍ଥିତି ଶୋଚନୀୟ ହୋଇପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri